ପଞ୍ଚାୟତବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ସମ୍ବଲପୁର/କୋଲାବିରା,୬ା୫(ବ୍ୟୁରୋ/ଡି.ଏନ.ଏ.): ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ପ୍ରତିବାଦରେ ଶୁକ୍ରବାର ଝାରସୁଗୁଡା ଜିଲା କୋଲାବିରା ବ୍ଲକ ସମାସିଂହା ପଞ୍ଚାୟତବାସୀ ବୈଠକ କରି ଉପନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ପ୍ରଚାର କରୁଥିବା ଦୁଇ ମନ୍ତ୍ରୀ ସେଠାରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ନିର୍ବାଚନ ପରେ ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି ଆଶ୍ୱାସନା ଦେଇଛନ୍ତି।
ଚାଷୀମାନେ ଅଭିଯୋଗ କରିଥିଲେ, ସୋଡ଼ାମାଲ ଗ୍ରାମ ଭେଡେନ ନଦୀ କୂଳରେ ଦୀର୍ଘଦିନ ହେବ ଏକ ମେଗା ଉଠା ଜଳସେଚନ ପ୍ରକଳ୍ପ ଅଚଳ ହୋଇରହିଛି। ପ୍ରକଳ୍ପ ଯେଉଁଠାରେ ନିର୍ମାଣ ହେବା କଥା କରାଯାଇ ନାହିଁ। ଖାଲ ସ୍ଥାନରେ ନିର୍ମାଣ ହୋଇଥିବାରୁ ମରୁଡି ସମୟରେ ଚାଷ ପାଇଁ ପାଣି ମିଳୁନାହିଁ। ଅନ୍ୟପଟେ ନିର୍ମାଣ କାମ ନିମ୍ନମାନର ହୋଇଥିବାରୁ ପାଇପ୍‌ ଫାଟିଯାଇଛି। ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ତେଣୁ ଭୋଟ ନ ଦେବାକୁ ନିଷ୍ପତ୍ତି ନେଇଥିବା କହିଥିଲେ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ସହିତ ଭେଡେନ ନଦୀଠାରେ ବ୍ୟାରେଜ ନିର୍ମାଣ କରିବାକୁ ସେମାନେ ଦାବି କରିଥିଲେ। ଏହି ସମୟରେ ସମାସିଂହା ଅଞ୍ଚଳରେ ନିର୍ବାଚନ ପ୍ରଚାର କରୁଥିବା ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଓ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅସନ୍ତୁଷ୍ଟ ଚାଷୀଙ୍କୁ ଭେଟିଥିଲେ। ନିର୍ବାଚନ ସରିବା ପରେ ଏକ ଟିମ୍‌ ଭୁବନେଶ୍ୱରକୁ ଆସି ଆଲୋଚନା କରିବା ପାଇଁ ଉଭୟ ମନ୍ତ୍ରୀ କହିଥିଲେ। ଚାଷୀମାନେ ମନ୍ତ୍ରୀଙ୍କ କଥାରେ ସହମତ ହେବା ସହିତ ଆଗାମୀ ଦିନରେ ପଦକ୍ଷେପ ଗ୍ରହଣ କରା ନ ଗଲେ ରାଜରାସ୍ତାକୁ ଓହ୍ଲାଇବା ସହ ୨୦୨୪ ନିର୍ବାଚନ ସମୟରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri