୪୭ ଗ୍ରାମ ବାଲ୍ୟବିବାହ ମୁକ୍ତ ଘୋଷଣା ନିଷ୍ପତ୍ତି

ଢେଙ୍କାନାଳ ଅଫିସ, ୩୦।୩ – ୨୦୧୯-୨୦ ଆର୍ଥିକ ବର୍ଷରେ ଢେଙ୍କାନାଳ ଜିଲାର ୪୭ ଗ୍ରାମରେ ଗୋଟିଏ ବି ବାଲ୍ୟବିବାହ ହୋଇନାହିଁ। ଏସବୁ ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ ବାଲ୍ୟବିବାହମୁକ୍ତ ଘୋଷଣା କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ଅନୁଷ୍ଠିତ ‘ଶିଶୁ ପାଇଁ ଦିନଟିଏ’ ଏବଂ ଜିଲାସ୍ତରୀୟ ତ୍ରୈମାସିକ ଟାସ୍କଫୋର୍ସ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ଏହି ସୂଚନା ଦେଇଛନ୍ତି।
ଜିଲାରେ ବାଲ୍ୟବିବାହ, ଶିଶୁ ଶ୍ରମିକ ପ୍ରଥା, ଶିଶୁ ନିର୍ଯାତନା ଭଳି ସାମାଜିକ ବ୍ୟାଧିର ମୂଳୋତ୍ପାଟନ ଏବଂ କିଶୋରୀ, କିଶୋରଙ୍କ ଦକ୍ଷତା ବୃଦ୍ଧି ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖି ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ବିଦ୍ୟାଳୟକୁ ଆଣିବା, ସେମାନଙ୍କ ଦକ୍ଷତା ବୃଦ୍ଧି କରାଇବା ପାଇଁ ଯତ୍ନବାନ ହେବା, ନବ ନିର୍ବାଚିତ ସରପଞ୍ଚ, ଏସ୍‌ଏଚ୍‌ଜିକୁ ଏବିଷୟରେ ଅବଗତ କରାଇବା, ଗ୍ରାମାଞ୍ଚଳରେ ସଚେତନତା ବାର୍ତ୍ତା ପହଞ୍ଚାଇବାକୁ ରଥ ପରିକ୍ରମା ଆୟୋଜନ କରିବା, ଶିଶୁକନ୍ୟାଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଜିଲା ସମାଜ ମଙ୍ଗଳ ଅଧିକାରୀ ଜ୍ୟୋତ୍ସ୍ନା ରାୟ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ। କିଶୋରୀ, କିଶୋରଙ୍କ ଦକ୍ଷତା ବୃଦ୍ଧି ପାଇଁ ୧୯ ଶିବିର ଆୟୋଜନ କରାଯାଇଛି। ୯ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଥଇଥାନ କରାଯାଇଛି। ୧,୧୮୩ଜଣଙ୍କୁ ଆଶୀର୍ବାଦ ଯୋଜନାରେ ସାମିଲ କରାଯାଇଛି। ୧୫ ଶିଶୁଙ୍କୁ ବିଜୁ ଶିଶୁ ସୁରକ୍ଷା ଯୋଜନାରେ ସାମିଲ କରାଯାଇଛି। ନିକଟ ଅତୀତରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତାରେ ୧୨ ବାଲ୍ୟବିବାହ ରୋକାଯାଇପାରିଥିବା ୟୁନିସେଫ୍‌ର ଜିଲା ସଂଯୋଜିକା ଅଙ୍ଗୁରବାଳା ମିଶ୍ର ସୂଚନା ଦେଇଛନ୍ତି। ବୈଠକରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ଜିଲା ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ, ଡିଏସ୍‌ପି ଅର୍ଚ୍ଚନା ଟୁଡୁ, ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ କଲ୍ୟାଣ କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri