ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଜରିମାନା ନଲଗାଇବାକୁ ରାଜ୍ୟ ପରିବହନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ।
ଟୋଲ ଗେଟରେ ଇ-ଡିଟେକ୍ସନରେ କଟୁଥିବା ଏ ସମ୍ବନ୍ଧୀୟ ଜରିମାନାକୁ ମଧ୍ୟ ସ୍ଥଗିତ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମୋଟରଯାନ ଆଇନ ଅନୁଯାୟୀ ଲାଗୁ ହେଉଥିବା ୧୦ ହଜାର ଟଙ୍କା ଜରିମାନାକୁ ହ୍ରାସ କରିବା ଦିଗରେ ତର୍ଜମା କରିବାକୁ ମଧ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ଜେନା କହିଛନ୍ତି, ଗାଡ଼ିର ପ୍ରଦୂଷଣ ଯାଞ୍ଚ କରିବା ସମସ୍ତଙ୍କ ଦାୟିତ୍ୱ। ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି। ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ। ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି।

ମୋଟରଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ। ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ରହିଛି। ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି। ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବା ଦୃଷ୍ଟିକୁ ଆସିବାରୁ ଲୋକଙ୍କ ସୁବିଧା ପାଇଁ କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇ ନେବାକୁ ମନ୍ତ୍ରୀ ଜେନା କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri