Posted inଖେଳ

‘ପୂଜାରା, ରାହାନେଙ୍କୁ ବାଦ୍‌ ଦିଆଯିବା ଉଚିତ ନ ଥିଲା’

ନୂଆଦିଲ୍ଲୀ,୨୩।୨: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ସମର୍ଥନରେ ବାହାରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା। ଏହି ଭେଟେରାନ ଯୋଡ଼ିକୁ ଦଳରୁ ବାଦ୍‌ ଦିଆଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭାରତୀୟ ଦଳର ପରାଜୟ ପରେ ଦୁହିଁଙ୍କୁ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦୁଇ ଖେଳାଳିଙ୍କୁ ବାଦ୍‌ ଦେବା ପରେ ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମା କହିଥିଲେ, ସେମାନଙ୍କୁ ଜାତୀୟ ଦଳକୁ ଫେରିବା ପାଇଁ ରେଣଜୀ ଟ୍ରଫିରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ।

“ଏହା ଦୁଃଖର କଥା। ଦେଢ଼ ବର୍ଷ ତଳେ ଭାରତୀୟ ଦଳ ଶୀର୍ଷରେ ଥିଲା। ଯଦି ସେତେବେଳେ ସେମାନଙ୍କୁ ବାଦ୍‌ ଦିଆଯାଇଥାଆନ୍ତା, ତେବେ ସମ୍ଭବତଃ ମୁଁ ସେହି ନିଷ୍ପତ୍ତିକୁ ସମର୍ଥନ କରିଥାନ୍ତି। କିନ୍ତୁ ଦଳର ପ୍ରଥମ ସିରିଜ୍‌ ପରାଜୟ ପରେ ସେମାନଙ୍କୁ ବାଦ୍‌ ଦିଆଯିବା ଅନୁଚିତ” ବୋଲି ୫୧ ବର୍ଷୀୟ ପୂର୍ବତନ ବ୍ୟାଟର କହିଛନ୍ତି।

“ପୂଜାରା ଯଥେଷ୍ଟ ରନ୍‌ କରିଛନ୍ତି। ରାହାନେ ମଧ୍ୟ ଭଲ ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ଭାରତରେ ସିରିଜ୍‌ ହେଉଥିବା ବେଳେ ସେମାନଙ୍କୁ ବିଦାୟ ଦିଆଗଲା। ଏହା ସ୍ଥୟୀ ବିଦାୟ କି ନୁହେଁ, ତାହା ମୋତେ ଜଣାନାହିଁ। କିନ୍ତୁ ସାଧାରଣତଃ ଯେତେବେଳେ ଭାରତରେ ସିରିଜ୍‌ ଖେଳାଯାଏ, କୌଣସି ବ୍ୟାଟର ବିଫଳ ହୁଅନ୍ତି ନାହିଁ। ଏହା ଉଭୟଙ୍କ ପାଇଁ ଏକ ସମାପ୍ତ। ଗୋଟିଏ ସିରିଜ୍‌ ପରାଜୟ ପରେ ଦୁହିଁଙ୍କୁ ବିଦା କରାଯିବାରୁ ମୁଁ ଦୁଃଖିତ” ବୋଲି ଜାଡେଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri