ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର ନୁହେଁ। ପୁର୍ବ ଥର ୭୦ ଦିନ ଲାଗିଥିଲା। ଏଥର ମଧ୍ୟ ଅଧିକ ଦିନ ଲାଗିବ । ରତ୍ନଭଣ୍ଡାର ଖୋଲିବା ନେଇ ପ୍ରାଥମିକ ପର୍ଯ୍ୟାୟରେ ଆଲୋଚନା ହୋଇଛି। ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବାର ଦିନ ସମ୍ପର୍କରେ ଜଣାଇଦିଆଯିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି। ସନ୍ଧ୍ୟାରେ ପୁରୀରେ ଶ୍ରୀଜିଉଙ୍କ ହାତୀବେଶ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବା ଅବସରରେ ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ସେ ଏହି ମନ୍ତବ୍ୟ ଦେଇଛନ୍ତି।
ପ୍ରକାଶ ଯେ, ରାଜ୍ୟରେ ଶାସନଭାରକୁ ଆସିଲେ ରତ୍ନଭଣ୍ଡାର ଖୋଲାଯିବ ବୋଲି ଭାଜପା ତା’ର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା। ଏବେ ରାଜ୍ୟରେ ଭାଜପା ସରକାର ଗଢ଼ିଛି। ତେଣୁ ରତ୍ନଭଣ୍ଡାର ଖୋଲିବାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଉତ୍କଣ୍ଠା ଭରି ରହିଛି। ଗତ ୧୯ତାରିଖରେ ଶ୍ରୀମନ୍ଦିର ପରିଚାଳନା ବୈଠକ ବସିଥିଲା। ବୈଠକ ପରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ସୁପରିଣ୍ଟେଣ୍ଡେଣ୍ଟ ଡି.ବି. ଗଡ଼ନାୟକ ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଗଣମାଧ୍ୟମ ଆଗରେ କହିଥିଲେ। ହେଲେ ଏହାର କିଛି ସମୟ ପରେ ଆଇନ୍‌ ମନ୍ତ୍ରୀ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଗଡ଼ନାୟକଙ୍କ ବିବୃତ୍ତିକୁ ଖଣ୍ଡନ କରିଥିଲେ। ସେ କହିଥିଲେ ଯେ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇ ନାହିଁ। ଏନେଇ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri