୨୭ରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୮।୯:  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି। କେବେ ରତ୍ନଭଣ୍ଡାର ଖୋଲାଯିବ ଓ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଗଣତି ସହ ଯାଞ୍ଚ କରାଯିବ ସେ ନେଇ କୋଟି କୋଟି ଜଗନ୍ନାଥପ୍ରେମୀ ଚାହିଁବସିଛନ୍ତି। ଏଭଳି ସ୍ଥିତିରେ ଆଗାମୀ ୨୭ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ଏ ନେଇ ଆଲୋଚନା ହେବ ବୋଲି ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ଆଇନଜୀବୀ ନଗେନ୍ଦ୍ର କୁମାର ମହାନ୍ତି ସୂଚନା ଦେଇଛନ୍ତି। ଶନିବାର ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ସ୍ଥିତି ଅନୁଧ୍ୟାନ ପାଇଁ ପୁରୀ ଆସିଥିବା ଆମିକସ୍‌ କ୍ୟୁରି ମହାନ୍ତି ଗଣମାଧ୍ୟମ ପ୍ରତିନିଧିମାନଙ୍କ ଏ ସଂକ୍ରାନ୍ତ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆଗାମୀ ୨୭ ତାରିଖରେ ପରିଚାଳନା କମିଟି ବୈଠକ ବସିବ। ସେହି ବୈଠକରେ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଆଲୋଚନା କରାଯିବ। ବୈଠକରେ ଯାହା ନିଷ୍ପତ୍ତି ହେବ ତାହାକୁ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯିବ। ରାଜ୍ୟ ସରକାର ହିଁ ଚୂଡ଼ାନ୍ତ ନିଷ୍ପତ୍ତି ନେବେ।
ସୂଚନା ଅନୁଯାୟୀ, ଶନିବାର ଅନୁଷ୍ଠିତ ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନା ହୋଇନାହିଁ। ଶ୍ରୀମନ୍ଦିର ଐତିହ୍ୟ କୀର୍ତ୍ତିରାଜି ସୁରକ୍ଷା ଓ ସଂରକ୍ଷଣ ସମେତ ନାଟମଣ୍ଡପ, ଜଗମୋହନ ଓ ରୋଷଘର ଚଟାଣ ମରାମତି ସମ୍ପର୍କରେ ଆଲୋଚନା କରାଯାଇଛି। ଶ୍ରୀମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ କ’ଣ ସବୁ କାର୍ଯ୍ୟ କରାଯାଇଛି ଓ କେଉଁ କାମ ବାକି ରହିଛି ସେନେଇ ଅଧିକାରୀମାନଙ୍କୁ ଆମିକସ୍‌ କ୍ୟୁରି ପଚାରି ବୁଝିଛନ୍ତି। ଯେଉଁ ମରାମତି କାର୍ଯ୍ୟ ପର୍ଯ୍ୟାୟ କ୍ରମେ ଚାଲୁ ରହିବ ସେନେଇ ପ୍ରଥମେ ଆଲୋଚନା ହୋଇଛି। ନାଟମଣ୍ଡପ ମରାମତି ମାର୍ଚ୍ଚ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ନାଟମଣ୍ଡପ ଭିତରପାର୍ଶ୍ୱ, ରୋଷଘର, ଜଗମୋହନ ବାହାର ପାର୍ଶ୍ୱ ମରାମତି କରାଯିବ। ରୋଷଘର ଚଟାଣ ଓ ଜଗମୋହନ ମରାମତି ପାଇଁ ତିନି ମାସ ମଧ୍ୟରେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇ ପଦକ୍ଷେପ ନିଆଯିବ ବୋଲି କୋର୍‌ କମିଟି ଅଧ୍ୟକ୍ଷ ଡ. ନାରାୟଣ ଚନ୍ଦ୍ର ପାଲ୍‌ କହିଛନ୍ତି। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏବଂ ଏଏସ୍‌ଆଇର ଭୁବନେଶ୍ୱର ସର୍କଲ ଅଧୀକ୍ଷକ ଅରୁଣ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଆମିକସ୍‌ କ୍ୟୁରି ଶ୍ରୀମନ୍ଦିର ଯାଇ ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ରତ୍ନଭଣ୍ଡାର ପ୍ରସଙ୍ଗ ନେଇ ସୂଚନା ଅଧିକାର କର୍ମୀ ଦିଲୀପ ବରାଳ କହିଛନ୍ତି, ହାଇକୋର୍ଟ ୨୦୧୮ ମାର୍ଚ୍ଚ ୨୨ରେ ନିର୍ଦ୍ଦେଶ ଦେଇଥିଲେ ଯେ, ଏଏସ୍‌ଆଇ ମାର୍ଚ୍ଚ ୨୬ ଓ ୨୭ ତାରିଖରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବେ। ଶ୍ରୀମନ୍ଦିର ପ୍ରଶାସନର ସହଯୋଗ ଅଭାବରୁ ଏଏସ୍‌ଆଇ ଟିମ୍‌ ମାର୍ଚ୍ଚ ୨୬ରେ ଭିତରଭଣ୍ଡାର ଖୋଲିପାରିଲା ନାହିଁ। କେବଳ ବାହାର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ହେଲା। ଏହାପରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ଅନୁମତି ମିଳିବା ପରେ ଏପ୍ରିଲ୍‌ ୪ରେ ୧୭ ଜଣିଆ ପ୍ରାଧିକୃତ କମିଟି ଯାଞ୍ଚ କରି ରିପୋର୍ଟ ଦେଲେ। ରତ୍ନଭଣ୍ଡାରର ଦୟନୀୟ ସ୍ଥିତି ଓ ମରାମତି ଆବଶ୍ୟକ ସମ୍ପର୍କରେ ରିପୋର୍ଟରେ ଉଲ୍ଲେଖ ରହିଥିଲା। ଏଏସ୍‌ଆଇର ଭୁବନେଶ୍ୱର ସର୍କଲ ଅଧୀକ୍ଷକ ଚଳିିତ ବର୍ଷ ଅଗଷ୍ଟ ୮ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏଏସ୍‌ଆଇ କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କ ଆଇନ ବିଭାଗକୁ ଚିଠି ଲେଖି ହାଇକୋର୍ଟଙ୍କ ଆଦେଶକୁ ପାଳନ ସ୍ବରୂପ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ କହିଥିଲେ। ଏହାସତ୍ତ୍ୱେ ରତ୍ନଭଣ୍ଡାର ପ୍ରସଙ୍ଗରେ ସମସ୍ତେ ଚୁପ୍‌ ରହିଛନ୍ତି। ଜଗନ୍ନାଥପ୍ରେମୀଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦେଇ ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲନ୍ତୁ ବୋଲି ବରାଳ ଦାବି କରିଛନ୍ତି। ସେହିପରି ରତ୍ନଭଣ୍ଡାର ପ୍ରସଙ୍ଗକୁ ସରକାର କାହିଁକି ଅଣଦେଖା କରୁଛନ୍ତି ବୋଲି ସାଧାରଣରେ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ,…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ଦୋଳି ଦୁର୍ଘଟଣା

ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri