ଲଗାଣ ବର୍ଷାକୁ ‘ରାଜ୍ୟ ବିପତ୍ତି’ ଘୋଷଣା: ଜିଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାର ଏହାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ମଙ୍ଗଳବାର ଘୋଷଣା କରିଛନ୍ତି। ଏଥିସହ ଆସନ୍ତା ୨୨ ତାରିଖ ସୁଦ୍ଧା ପ୍ରାରମ୍ଭିକ କ୍ଷୟକ୍ଷତି ଆକଳନ ରିପୋର୍ଟ ଦାଖଲ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଜିଲାର କେଉଁ ଅଞ୍ଚଳରେ କିଭଳି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଧନଜୀବନ ସହ ଘର, ଚାଷ ଜମି(୩୩%ରୁ ଅଧିକ ଫସଲ ନଷ୍ଟ), ପଶୁଜନ୍ତୁ ଆଦିର କ୍ଷୟକ୍ଷତି ଆକଳନ କରିବାକୁ କହିଛନ୍ତି। ତେବେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ପାଣ୍ଠିରୁ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସହାୟତା ଯୋଗାଇ ଦେବା କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ବୋଲି ସେ କହିଛନ୍ତି।

ଏସ୍‌ଆର୍‌ସି କହିଛନ୍ତି, ଓଡ଼ିଶା ରିଲିଫ କୋଡ୍‌ଣ ଅନୁଚ୍ଛେଦ-୩ ଅନୁସାରେ ୩ଦିନ ଧରି ପ୍ରବଳ ବର୍ଷା ହେଲେ ଅବା ଅନବରତ ବର୍ଷା ଅବାପୁଣି ମାସକର ହାରାହାରି ବର୍ଷା ପରିମାଣ ତୁଳନାରେ ୩ ଗୁଣା ଅଧିକ ବର୍ଷା ବ୍ଲକ ଓ ଅଚଂଳରେ ହୋଇଥିଲେ ତାକୁ ‘ପ୍ରବଳ ବର୍ଷା’ ଭାବେ ବିବେଚନା କରାଯିବ। ରାଜ୍ୟ ସରକାର ଏହି ‘ପ୍ରବଳ ବର୍ଷା’କୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିସାରିଛନ୍ତି। ତେଣୁ ବର୍ଷା ଯୋଗୁ ହୋଇଥିବା ସ୍ଥାନୀୟ ଅଂଚଳରେ କ୍ଷୟକ୍ଷତି ନିମନ୍ତେ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଗତିଶୀଳ କରିବା ଓ ରିଲିଫ କାର୍ଯ୍ୟ ପାଇଁ ଆବଶ୍ୟକ ଅର୍ଥ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ଖର୍ଚ୍ଚ କରାଯାଇପାରିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରଦାନ କଲେ ପାଣ୍ଠି ଆବଣ୍ଟନ କରାଯାଇପାରିବ ବୋଲି ସେ ଜିଲାପାଳମାନଙ୍କୁ କହିଛନ୍ତି। ଚଳିତମାସ ୨୨ତାରିଖ ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ମିଳିଲେ ପ୍ରଭାବିତ ଲେକାଙ୍କୁ ସହାୟତା ଦିଆଯାଇପାରିବ।

କ୍ଷୟକ୍ଷତି ଆକଳନ ସମୟରେ ଭାଙ୍ଗି ଯାଇଥିବା ଘର ଓ ନଷ୍ଟ ହୋଇଥିବା ଫସଲର ଜିଓ ଟ୍ୟାଙ୍ଗିଙ୍ଗ କରିବା ସହ ଫଟୋଗ୍ରାଫରେ ସମୟ ଉଲ୍ଲେଖ ରଖିବାକୁ କୁହାଯାଇଛି । ଯଦି ଘର ସମ୍ପୂର୍ଣ୍ଣ ଅବା ଅଧିକ ଭାଙ୍ଗିଯାଇଛି, କ୍ଷୟକ୍ଷତି ଆକଳନବେଳେ ହିତାଧିକାରୀଙ୍କ ସହ ସେହି ଘରର ଫଟୋ ଉଠାଇବାକୁ ପରାମର୍ଶ ଦିଆଯାଇଛି। ସେଭଳି ହିତାଧିକାରୀଙ୍କୁ ପୋଷାକ, ବାସନକୁସନ ଆଦି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫସଲ ନଷ୍ଟ ହୋଇଥିଲେ ତା’ର ଆକଳନ ମିଳିତ ଭାବେ ରାଜସ୍ବ, କୃଷି, ଉଦ୍ୟାନକୃଷି କର୍ମଚାରୀମାନେ କରିବେ। ଫସଲ ଆକଳନ ଯେପରି ଠିକ ରହିବ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି ।

ଲଗାଣ ବର୍ଷାରେ ଯଦି କେହି ପ୍ରାଣ ହରାଇଥାନ୍ତି, ତାଙ୍କୁ ସହାୟତା ଦେବା ନିମନ୍ତେ ଅନଲାଇନରେ ଆବେଦନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ମୃତ ବ୍ୟକ୍ତିଙ୍କ ପରିବାରଜନଙ୍କୁ ଶୀଘ୍ର ଅନୁକମ୍ପାମୂଳକ ସହାୟତା ମଞ୍ଜୁର କରାଯାଇପାରିବ। କ୍ଷୟକ୍ଷତି ସୀମିତ ପରିମାଣରେ ହୋଇଥିବାରୁ ଏସଆରସିଙ୍କ ପାଣ୍ଠିକୁ ଅପେକ୍ଷା ନକରି ଆବଶ୍ୟକ ସହାୟତା ବଣ୍ଟନ ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ରିପୋର୍ଟ ମିଳିବା ପରେ ହିଁ ଏସଆରସିଙ୍କ ଦ୍ୱାରା ପାଣ୍ଠି ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଘର ନଷ୍ଟ ହୋଇଥିବା ସମସ୍ତ ବ୍ୟକ୍ତିଙ୍କୁ ପଲିଥିନ ଯୋଗାଇ ଦେବାକୁ ଜିଲାପାଳମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri