ଲଗାଣ ବର୍ଷାକୁ ‘ରାଜ୍ୟ ବିପତ୍ତି’ ଘୋଷଣା: ଜିଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାର ଏହାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ମଙ୍ଗଳବାର ଘୋଷଣା କରିଛନ୍ତି। ଏଥିସହ ଆସନ୍ତା ୨୨ ତାରିଖ ସୁଦ୍ଧା ପ୍ରାରମ୍ଭିକ କ୍ଷୟକ୍ଷତି ଆକଳନ ରିପୋର୍ଟ ଦାଖଲ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଜିଲାର କେଉଁ ଅଞ୍ଚଳରେ କିଭଳି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଧନଜୀବନ ସହ ଘର, ଚାଷ ଜମି(୩୩%ରୁ ଅଧିକ ଫସଲ ନଷ୍ଟ), ପଶୁଜନ୍ତୁ ଆଦିର କ୍ଷୟକ୍ଷତି ଆକଳନ କରିବାକୁ କହିଛନ୍ତି। ତେବେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ପାଣ୍ଠିରୁ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସହାୟତା ଯୋଗାଇ ଦେବା କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ବୋଲି ସେ କହିଛନ୍ତି।

ଏସ୍‌ଆର୍‌ସି କହିଛନ୍ତି, ଓଡ଼ିଶା ରିଲିଫ କୋଡ୍‌ଣ ଅନୁଚ୍ଛେଦ-୩ ଅନୁସାରେ ୩ଦିନ ଧରି ପ୍ରବଳ ବର୍ଷା ହେଲେ ଅବା ଅନବରତ ବର୍ଷା ଅବାପୁଣି ମାସକର ହାରାହାରି ବର୍ଷା ପରିମାଣ ତୁଳନାରେ ୩ ଗୁଣା ଅଧିକ ବର୍ଷା ବ୍ଲକ ଓ ଅଚଂଳରେ ହୋଇଥିଲେ ତାକୁ ‘ପ୍ରବଳ ବର୍ଷା’ ଭାବେ ବିବେଚନା କରାଯିବ। ରାଜ୍ୟ ସରକାର ଏହି ‘ପ୍ରବଳ ବର୍ଷା’କୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିସାରିଛନ୍ତି। ତେଣୁ ବର୍ଷା ଯୋଗୁ ହୋଇଥିବା ସ୍ଥାନୀୟ ଅଂଚଳରେ କ୍ଷୟକ୍ଷତି ନିମନ୍ତେ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଗତିଶୀଳ କରିବା ଓ ରିଲିଫ କାର୍ଯ୍ୟ ପାଇଁ ଆବଶ୍ୟକ ଅର୍ଥ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ଖର୍ଚ୍ଚ କରାଯାଇପାରିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରଦାନ କଲେ ପାଣ୍ଠି ଆବଣ୍ଟନ କରାଯାଇପାରିବ ବୋଲି ସେ ଜିଲାପାଳମାନଙ୍କୁ କହିଛନ୍ତି। ଚଳିତମାସ ୨୨ତାରିଖ ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ମିଳିଲେ ପ୍ରଭାବିତ ଲେକାଙ୍କୁ ସହାୟତା ଦିଆଯାଇପାରିବ।

କ୍ଷୟକ୍ଷତି ଆକଳନ ସମୟରେ ଭାଙ୍ଗି ଯାଇଥିବା ଘର ଓ ନଷ୍ଟ ହୋଇଥିବା ଫସଲର ଜିଓ ଟ୍ୟାଙ୍ଗିଙ୍ଗ କରିବା ସହ ଫଟୋଗ୍ରାଫରେ ସମୟ ଉଲ୍ଲେଖ ରଖିବାକୁ କୁହାଯାଇଛି । ଯଦି ଘର ସମ୍ପୂର୍ଣ୍ଣ ଅବା ଅଧିକ ଭାଙ୍ଗିଯାଇଛି, କ୍ଷୟକ୍ଷତି ଆକଳନବେଳେ ହିତାଧିକାରୀଙ୍କ ସହ ସେହି ଘରର ଫଟୋ ଉଠାଇବାକୁ ପରାମର୍ଶ ଦିଆଯାଇଛି। ସେଭଳି ହିତାଧିକାରୀଙ୍କୁ ପୋଷାକ, ବାସନକୁସନ ଆଦି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫସଲ ନଷ୍ଟ ହୋଇଥିଲେ ତା’ର ଆକଳନ ମିଳିତ ଭାବେ ରାଜସ୍ବ, କୃଷି, ଉଦ୍ୟାନକୃଷି କର୍ମଚାରୀମାନେ କରିବେ। ଫସଲ ଆକଳନ ଯେପରି ଠିକ ରହିବ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି ।

ଲଗାଣ ବର୍ଷାରେ ଯଦି କେହି ପ୍ରାଣ ହରାଇଥାନ୍ତି, ତାଙ୍କୁ ସହାୟତା ଦେବା ନିମନ୍ତେ ଅନଲାଇନରେ ଆବେଦନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ମୃତ ବ୍ୟକ୍ତିଙ୍କ ପରିବାରଜନଙ୍କୁ ଶୀଘ୍ର ଅନୁକମ୍ପାମୂଳକ ସହାୟତା ମଞ୍ଜୁର କରାଯାଇପାରିବ। କ୍ଷୟକ୍ଷତି ସୀମିତ ପରିମାଣରେ ହୋଇଥିବାରୁ ଏସଆରସିଙ୍କ ପାଣ୍ଠିକୁ ଅପେକ୍ଷା ନକରି ଆବଶ୍ୟକ ସହାୟତା ବଣ୍ଟନ ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ରିପୋର୍ଟ ମିଳିବା ପରେ ହିଁ ଏସଆରସିଙ୍କ ଦ୍ୱାରା ପାଣ୍ଠି ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଘର ନଷ୍ଟ ହୋଇଥିବା ସମସ୍ତ ବ୍ୟକ୍ତିଙ୍କୁ ପଲିଥିନ ଯୋଗାଇ ଦେବାକୁ ଜିଲାପାଳମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?