୧୫ରେ ଅନ୍‌ଲକ୍‌ ନେଇ ଘୋଷଣା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି ଅନ୍‌ଲକ୍‌ ପ୍ରକ୍ରିୟା ଶେଷ ହେଉଛି। ତେଣୁ ଗୁରୁବାର ରାଜ୍ୟ ସରକାର କ’ଣ ପଦକ୍ଷେପ ନେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର। ରାଜ୍ୟ କଟକଣାମୁକ୍ତ ହେବ ନା ପୂର୍ବ ପରି ବର୍ଗ-୧ ଓ ବର୍ଗ-୨ ପଦ୍ଧତି ଆପଣେଇବେ। ସବୁ ଜିଲାରେ ଏବେ ବସ୍‌ ସେବା ଆରମ୍ଭ ହୋଇ ନ ଥିବା ବେଳେ ଜିମ୍‌, ବିୟୁଟି ପାର୍ଲର, ମଲ୍‌, ଫିଲ୍ମ ହଲ୍‌ ଆଦି ବନ୍ଦ ରହିଛି। ତେଣୁ ୧୬ରୁ ଏସବୁ ଖୋଲିବାକୁ ଅନୁମତି ମିଳିପାରେ ବୋଲି ଚର୍ଚ୍ଚା ହେଉଛି।

ସାମଗ୍ରିକ ଭାବେ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ବର୍ଗ-୨ରେ ଥିବା କଟକ, ପୁରୀ, ଖୋର୍ଦ୍ଧାର ସ୍ଥିତି ଏବେ ବି ଗମ୍ଭୀର ରହିଛି। ବିଶେଷ କରି ଦ୍ୱୈତନଗରୀ ଭୁବନେଶ୍ୱର ଏବଂ କଟକରେ ପଜିଟିଭ୍‌ ସଂଖ୍ୟା କମିବାର ନାଁ ନେଉନାହିଁ। ଯଦିଓ ଏଠାରେ ସଂକ୍ରମଣ ହାର କମ୍‌ ରହୁଛି, ତଥାପି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। ତେଣୁ ଏହି ଦୁଇ ସହର ପାଇଁ ସରକାର ସ୍ବତନ୍ତ୍ର ଷ୍ଟ୍ରାଟେଜି ଆପଣେଇପାରନ୍ତି। ବର୍ଗ-୧ରେ ଥିବା ୧୦ ଜିଲା ମଧ୍ୟରୁ ୭ଜିଲାରେ କଟକଣା ବଳବତ୍ତର ରହିବ ବୋଲି କୁହାଯାଉଛି। ସେହି ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ପୁରୀ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri