ମରୁଡ଼ି ଘୋଷଣା କର

କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଚଳିତ ବର୍ଷ ଚାଷପୋଯୋଗୀ ବର୍ଷା ଅଭାବରୁ କଳାହାଣ୍ଡି ଜିଲା କୋକସରା ବ୍ଲକର ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଛି। ଆସନ୍ନ ମରୁଡି ଚାଷୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଥିବା ବେଳେ ବ୍ଲକର ଟେମରା ପଞ୍ଚାୟତକୁ ମରୁଡି ଘୋଷଣା କରିବା ଓ କ୍ଷୟକ୍ଷତି ଆକଳନ କରି ଇନ୍‌ପୁଟ ସବସିଡ଼ି ଯୋଗାଇ ଦେବାକୁ ଦାବି କରାଯାଇଛି । ଏ ନେଇ ଗୁରୁବାର ଟେମରା ଅଞ୍ଚଳର ଚାଷୀ କୋକସରା ଅତିରିକ୍ତ ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି ।

ପ୍ରକାଶ ଯେ, ଚଳିତବର୍ଷ ନିଅଣ୍ଟିଆ ବର୍ଷା କାରଣରୁ ଟେମରା ପଞ୍ଚାୟତରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖିବାକୁ ମିଳିଛି। କ୍ଷୁଦ୍ର ଜଳସେଚନ କେନାଲରୁ ଟେମରା ପଞ୍ଚାୟତର ଚାଷ ଜମି ଜଳସେଚିତ ହୋଇଥାଏ । କିନ୍ତୁ ଚଳିତ ବର୍ଷ ବର୍ଷା ଅଭାବରୁ ଏହି ପ୍ରକଳ୍ପର ଜଳସ୍ତର କମ୍‌ ରହିଥିବା କାରଣରୁ ଜଳସେଚନ ହେଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।

ପଞ୍ଚାୟତର ଟେମରା, କର୍ଲାଗୁଡା ନୂଆପଡା, ହଂସପଡ଼ା, ବୋବରିଆ, ର୍ସିଲିଗୁଡା, ଖୁର୍ସେଲଗୁଡ଼ା ଅଞ୍ଚଳର ଶତାଧିକ ହେକ୍ଟର ଚାଷଜମିରେ ବର୍ଷା ଅଭାବରୁ ରୁଆ ଓ ବୁଣା ଧାନ ସବୁ ନଷ୍ଟ ହେବାକୁ ବସିଲାଣି। କେତେକ ଚାଷୀ ଏପର୍ଯ୍ୟନ୍ତ ରୁଆ ବେଉଷା କରି ପାରିନାହାନ୍ତି। ବିଭିନ୍ନ ବ୍ୟାଙ୍କ, ଫାଇନାନ୍ସ କମ୍ପାନୀ, ମହାଜନୀ ଋଣ ଆଣି ଚାଷୀ ଚାଷ କରିଥିଲେ । ହେଲେ ବର୍ଷା ନ ହେବାରୁ ଚାଷୀଙ୍କୁ ଋଣ ଶୁଝିବା ଓ ପରିବାର ପ୍ରତିପୋଷଣ କରିବା ଚିନ୍ତା ବଢିଛି। ସମ୍ଭାବ୍ୟ ମରୁଡିକୁ ଦୃଷ୍ଟିରେ ରଖି ଟେମରା ସରପଞ୍ଚ ତଥା କୃଷକ ମଞ୍ଚର ସଭାପତି କ୍ଷିତିରାମ ପାତ୍ରଙ୍କ ନେତୃତ୍ୱରେ ହେମନ୍ତ ବାଣୁଆ, ଦୁଷ୍ମନ୍ତ ପାତ୍ର, ବୃନ୍ଦାବନ ସତନାମୀ, ସୁଭାଷ ଳଦୁଆ, ରମେଶ ମାଝୀ, କୈଳାସ ଚଳାନ, ଯଦୁମଣି ବାଗ, ଲଳିତ ସତନାମୀ, ସୁଧୀର ପାତ୍ର, କ୍ଷୀରସିନ୍ଧୁ ହଂସ, ଗଜେନ୍ଦ୍ର ନାଏକ, ଯୋଗା ନାଏକଙ୍କ ସମେତ ଟେମରା ପଞ୍ଚାୟତର ଶତାଧିକ ଚାଷୀ କୋକସରା ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri