Posted inଜାତୀୟ

ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର

ନୂଆଦିଲ୍ଲୀ, ୧।୬: ଦେଶର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍‌ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କୁ ରାଜସ୍ଥାନ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଅନୁପ କୁମାର ଧାଣ୍ଡଙ୍କ ଖଣ୍ଡପୀଠ କହିଛନ୍ତି,
ଗତ କିଛି ସପ୍ତାହରେ ହିଟ୍‌ଓ୍ବେଭ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ପ୍ରାଣହାନି ଘଟିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ତାତିରୁ ଜନସାଧାରଣଙ୍କୁ ସୁରକ୍ଷା ଦେବାରେ ବିଭିନ୍ନ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଯଦି ଏପରି ସ୍ଥଳେ କଡ଼ା ପଦକ୍ଷେପ ଗ୍ରହଣ ନ କରାଯିବ, ତେବେ ଏହାର ପରିଣତି ଭୟଙ୍କର ହେବ। ଜାତୀୟ ଦୁର୍ବିପାକ ଘୋଷଣା ଦ୍ୱାରା ବନ୍ୟା, ବାତ୍ୟା ଆଦି ପରି ଜରୁରିକାଳୀନ ସାହାଯ୍ୟ ଯୋଗାଇଦିଆଯାଇ ପାରିବ ବୋଲି ଉଚ୍ଚ ଅଦାଲତ କହିଛନ୍ତି। ଆଗାମୀ ଦିନରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର ସତର୍କ ହେବା ସହ ଆଗୁଆ ବିଭିନ୍ନ ପଦକ୍ଷେପ ନେବାକୁ ରାଜସ୍ଥାନ ହାଇକୋର୍ଟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri