ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଜିଖରୀୟ ପାଳ (୫୬) ଶାରୀରିକ ଭାବେ ଜୀବିତ ଥିଲେ ମଧ୍ୟ ସରକାରୀ ରେକର୍ଡରେ ତାଙ୍କୁ ମୃତ ବୋଲି ଦର୍ଶାଯାଇଛି, ଯାହାଫଳରେ ସେ ଏବେ ନାନାଦି ହଇରାଣର ସମ୍ମୁଖୀନ ହେଉଛନ୍ତି।

ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରେ ବୈଧ ଆଧାର କାର୍ଡ ଥିଲେ ସୁଦ୍ଧା ଅନଲାଇନରେ ଯାଞ୍ଚ କରିବା ସମୟରେ ତାଙ୍କୁ ମୃତ ବ୍ୟକ୍ତି ଭାବେ ଦର୍ଶାଯାଇ ଆଧାର କାର୍ଡକୁ ନିଷ୍କ୍ରିୟ କରିଦିଆଯାଇଛି। ଏହା ଯୋଗୁଁ ସେ ସରକାରଙ୍କ ପକ୍ଷରୁ ମିଳୁଥିବା ରାସନ ସାମଗ୍ରୀ ସମେତ ଅନ୍ୟାନ୍ୟ ଜନକଲ୍ୟାଣକାରୀ ଯୋଜନାର ସମସ୍ତ ସୁବିଧାରୁ ସମ୍ପୂର୍ଣ୍ଣ ବଞ୍ଚିତ ହେଉଛନ୍ତି।

ଏହି ଗୁରୁତର ସମସ୍ୟା ସମ୍ପର୍କରେ ଜିଖରୀୟ ଗଜପତି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନିକଟରେ ଫେରାଦ ହୋଇଛନ୍ତି। ଅଭିଯୋଗକୁ ଗ୍ରହଣ କରି ଜିଲାପାଳ ଆର୍. ଉଦୟଗିରି ବ୍ଲକରେ କାର୍ଯ୍ୟରତ ଯୋଗାଣ ଅଧିକାରୀଙ୍କୁ ସମଗ୍ର ଘଟଣାର ସମ୍ପୂର୍ଣ୍ଣ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆଧାର କାର୍ଡରେ ପୁନର୍ବାର ନାମ ସକ୍ରିୟ କରିବା ସହିତ ତାଙ୍କୁ ସମସ୍ତ ବକେୟା ସରକାରୀ ସୁବିଧା ଯୋଗାଇଦେବା ପାଇଁ ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri