କୋର୍ଟ ଆଦେଶକୁ ଅବମାନନା କରି ପଳାତକ ଘୋଷିତ ହୋଇଥିଲେ, ୨ ହତ୍ୟା ଅଭିଯୁକ୍ତଙ୍କ ସମ୍ପତ୍ତି ଜବତ କଲା ପୋଲିସ

ବେଗୁନିଆପଡ଼ା,୧୩ା୪(ଡି.ଏନ୍‌.ଏ.): ପୋଲିସ ହାତରେ ଧରା ଦେଲେନି, କୋର୍ଟକୁ ବି ଅବମାନନା କଲେ। ଶେଷରେ ଜବତ ହେଲା ଅପରାଧୀଙ୍କ ସମ୍ପତ୍ତି। ଏଭଳି ଏକ ଖବର ସାମ୍ନାକୁ ଆସିଛି ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ମାଟିଗଡ଼ ଗାଁରୁ।

ଖବର ଅନୁଯାୟୀ, ମାଟିଗଡ଼ ଗ୍ରାମର ୨ ହତ୍ୟା ଅଭିଯୁକ୍ତଙ୍କୁ ଖୋଜୁଥିଲା ପୋଲିସ। ଆତ୍ମସମର୍ପଣ କରିବାକୁ ବାରମ୍ବାର ସୂଚନା ଦିଆଯାଇଥିଲା। ପୋଲିସ ପକ୍ଷରୁ ଅଭିଯୁକ୍ତଙ୍କ ନିଜ ଗ୍ରାମ ମାଟିଗଡ଼କୁ ଆସି ସେମାନଙ୍କ ଘର ଦାଣ୍ଡରେ ଲଟକା ଜାରି କରିବା ସହିତ ଅଭିଯୁକ୍ତମାନଙ୍କୁ ଆତ୍ମସମର୍ପଣ କରିବା ପାଇଁ ସୂଚନା ଦେଇଥିଲେ। ତେବେ ଅଭିଯୁକ୍ତମାନେ ଆତ୍ମସମର୍ପଣ କରି ନ ଥିଲେ। ପରେ ମାନ୍ୟବର କୋଦଳା ଜେଏମ୍‌ଏଫ୍‌ସି କୋର୍ଟ, ଉକ୍ତ ଅଭିଯୁକ୍ତମାନଙ୍କୁ ଧରିବା ନିମନ୍ତେ ଏକ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି କରିଥିଲେ ଏଂ ୮୨ ସିଆରପିସି ଆଇନ ଅନୁଯାୟୀ ଉକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ପଳାତକ ଘୋଷଣା ନାମା ଜାରି କରିଥିଲେ। ଏକ ହତ୍ୟାକାଣ୍ଡ ମାମଲାରେ ୩ ଅଭିଯୁକ୍ତ ଥିଲେ ବିଟୁ ଦାସ, ବିଶିକେଶନ ଦାସ ଓ କାଲା ଦାସ। ଏଥି ମଧ୍ୟରୁ ବିଟୁ ଦାସ ଆତ୍ମସମର୍ପଣ କରିଥିବା ବେଳେ କୋର୍ଟ ଅବମାନନା ପାଇଁ ୨ ଅଭିଯୁକ୍ତଙ୍କ ବିଶିକେଶନ ଓ କାଲାଙ୍କ ଘରେ ଚଢ଼ାଉ କରି ସମସ୍ତ ଆସବାବପତ୍ର ଜବତ କରାଯାଇଛି। କୋଦଳା ତହସିଲଦାର ତଥା ମାଜିଷ୍ଟ୍ରେଟ୍‌ ସସ୍ମିତା ଶତପଥୀଙ୍କ ଉପସ୍ଥିତିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଏବଂ କୋଦଳା ଥାନା ଆଇଆଇସି ଉମାକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ଉକ୍ତ ଅଭିଯୁକ୍ତଙ୍କ ବାସଭବନରୁ ଟିଭି, ଫ୍ରିଜ, ଓ୍ବାଶିଂମେଶିନ ପ୍ରଭୃତି ସାମଗ୍ରୀ ଜବତ କରିଥିବା ଜଣାପଡ଼ିଛି। ୨୦୧୭ର ଏହି ମାମଲାରେ ଅଭିଯୁକ୍ତମାନେ ଧରା ନ ଦେବାରୁ ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ଆଗାମୀ ଦିନରେ ମଧ୍ୟ ପୋଲିସକୁ ଧରା ଦେଉ ନ ଥିବା ତଥା ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ହୋଇଥିବା ଅଭିଯୁକ୍ତମାନଙ୍କ ବିରୋଧରେ ଏଭଳି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଥାନାଧିକାରୀ ଉମାକାନ୍ତ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

Gold Silver Price: ୨୦ ବର୍ଷ ଭିତରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା ଦାମ୍

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

ନାବାଳିକା ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା କଲା ପ୍ରେମିକ: ଆଉ ତା’ପରେ…

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ହତ୍ୟା...

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ...

୨ ସନ୍ତାନ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଏହି ଅଭିନେତା

ଅଭିନେତା ଅର୍ଜୁନ ରାମପାଲ ଶେଷରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଫିଲ୍ମ ‘ଧୁରନ୍ଧର’ର ସଫଳତା ପରେ ସେ ଏକ...

ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…

ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ...

ଫ୍ୟାଟ୍‌ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଆମେ ସୁସ୍ଥ ରହିବା ପଛରେ ସୁଷମ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଇବା ଦରକାର। ହେଲେ ଏସବୁ ଖାଦ୍ୟ ସନ୍ତୁଳିତ ରହିବା ନିହାତି ଆବଶ୍ୟକ। ତେବେ ଅସନ୍ତୁଳିତ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri