ଶିରୋଲକୁ ଗଜା ମରୁଡି ଘୋଷଣା ନେଇ କ୍ଷେତ୍ର ପରିଦର୍ଶନ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ପଞ୍ଚାୟତର ୪ଟି ଗ୍ରାମ ଗଜା ମରୁଡି ନେଇ କୃଷି ବିଭାଗ ପକ୍ଷରୁ ଶୁକ୍ରବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ଗତ ୧୦ ତାରିଖରେ ଶିରୋଲ ପଞ୍ଚାୟତର କୃଷକମାନେ ତହସିଲ ଓ କୃଷିସୂଚନା ଓ ପରାମର୍ଶ କେନ୍ଦ୍ରରେ ଗଜା ମରୁଡ଼ି ନେଇ ଲିଖିତ ଅଭିଯୋଗ କରିଥିଲେ। ଏ ସଂକ୍ରାନ୍ତରେ ଗତ ୧୦ ତାରିଖରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା। ଧରିତ୍ରୀରେ ପ୍ରକାଶିତ ଖବରକୁ ନେଇ କୃଷକମାନେ ସିଏମ୍‌ଓ, ମୋ ସରକାର, ଏବଂ ନବୀନ ପଟ୍ଟନାୟକଙ୍କୁ ଟୁଇଟ୍‌ କରି ଅଭିଯୋଗ ମଧ୍ୟ କରିଥିଲେ। ଶିରୋଲ ପଞ୍ଚାୟତର ଶିରୋଲ, ପୋଢ଼ଖମ୍ବ, ଡୁମେର ମୁଣ୍ଡା, ସୁରଜୋର ଗ୍ରାମର ବିଭିନ୍ନ କ୍ଷେତ୍ରକୁ କୃଷି ବିଭାଗର ଭିଏଲଡବ୍ଲ୍ୟୁ ଶୁକ୍ରବାର ସକାଳେ କ୍ଷେତ୍ର ପରିଦର୍ଶନ କରିଥିଲେ। ଅପରାହ୍ନରେ ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରଫୁଲ୍ଲ କୁମାର ସେଠୀ, ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ମହାପାତ୍ର, ଗୋଷ୍ଠୀ ଅଧିକାରୀ ଘନଶ୍ୟାମ ଦେହୁରୀଙ୍କ ସମେତ ଶିରୋଲ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିକ୍ରାନ୍ତ ବାଗ, ହେମନ୍ତ ନାଗଙ୍କ ଜଗନ୍ନାଥ ବାଗ ପ୍ରମୁଖ ଶିରୋଲ ଗ୍ରାମ ପଞ୍ଚାୟତ ର ବିଭିନ୍ନ ଗ୍ରାମକୁ ଯାଇ ଅନୁଧ୍ୟାନ କରି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri