ଥମୁଛି କରୋନା, ସକ୍ରିୟ ମାମଲା ୪୪ ହଜାର ତଳେ…

ନୂଆଦିଲ୍ଲୀ, ୨୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୮ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ତଳେ ରହିଛି। ଏହା ୪,୭୬୬ ରହିଛି। ଗୋଟିଏ ଦିନ ତଳେ ଏହା ୪,୮୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୩ ହଜାର ୯୯୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୪ ହଜାର ୪୩୬ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୧୯୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫ ହଜାର ୭୧୯ ଥିଲା।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୧୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୬୮ ହଜାର ୧୧୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୯୫ ହଜାର ୬୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri