ଥମୁଛି କରୋନା, ୩ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୩ ହଜାର ତଳେ ରହିଛି। ଏହା କମି ୨,୯୯୧ ରହିଛି। ଗୋଟିଏ ଦିନତଳେ ଏହା ୩,୩୬୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୮ ରହିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩୬ ହଜାର ୧୨୬ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୭ ହଜାର ୪୪୪ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୩୦୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪ ହଜାର ୨୦୬ ଥିଲା। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୧ ଶହ ଉପରେ ରହିଛି। ଏଠାରେ ଏହା ୧,୧୨୧ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୯୭ ହଜାର ୪୯୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୩୨ ହଜାର ୬୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri