ତଳ ମୁହାଁ କରୋନା ଗ୍ରାଫ୍‌: କମିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ୪ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୩୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୧୨୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୩୮ ହଜାର ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୨୦ ଲକ୍ଷ ୨୬ ହଜାର ୯୨ ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୩୧ ଲକ୍ଷ ୫୪ ହଜାର ୧୨୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୪୮ ଲକ୍ଷ ୬୬ ହଜାର ୮୮୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?