କମିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୬।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା କମିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୧୨୦ ତଳେ ରହିଛି। ଏହା ୧୧୪ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୧୧୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୪୪ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୧୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୮ ହଜାର ୩୦୯ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri