ଅର୍ଥକରୀ ଫସଲ ଆଖୁଚାଷ ହ୍ରାସ

କେନ୍ଦ୍ରାପଡ଼ା ଅଫିସ, ୩୦ା୧:କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ଏହାସତ୍ତ୍ୱେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ ୧ ହଜାର ହେକ୍ଟରକୁ ଛୁଇଁପାରିନାହିଁ। ସେହିପରି ଝୋଟ ପାଇଁ ପ୍ରସିଦ୍ଧିଲାଭ କରିଥିବା ଗବେଷଣା କେନ୍ଦ୍ର ଏବେ ଅକାମୀ ହୋଇପଡିଛି। ହରଡ଼, ସୂର୍ଯ୍ୟମୁଖୀଠାରୁ ଆରମ୍ଭ କରି ବହୁ ଅର୍ଥକରୀ ଫସଲ ଉତ୍ପାଦନ, ବିକ୍ରି ପାଇଁ ଜଳ ପରିଚାଳନା ଓ ମଣ୍ଡିର ଅଭାବ ଦେଖାଦେଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରଦାନ ସହ ଉପାନ୍ତ ଅଞ୍ଚଳରେ ଥିବା ନଦୀଗୁଡିକ ସଂଯୋଗୀକରଣ ପାଇଁ ଏକ ବୃହତ୍‌ କେନାଲର ଆବଶ୍ୟକତା ଅଛି। ଏଥିପାଇଁ ଯୁବବର୍ଗ କୃଷିକୁ ଛାଡି ଅର୍ଥ ଉପାର୍ଜନ ପାଇଁ ବାହାରକୁ ଯାଉଥିବା ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି।
ପଟ୍ଟାମୁଣ୍ଡାଇର ଆଖୁଚାଷୀ ଅକ୍ଷୟ ବେହେରା କହିଛନ୍ତି, ଜିଲାର ଗରଦପୁର, ମାର୍ଶାଘାଇ, ଡେରାବିଶ, ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ବ୍ଲକ ଅଞ୍ଚଳର ଚାଷୀ ୧୦ ବର୍ଷ ପୂର୍ବେ ଆଖୁଚାଷକୁ ପ୍ରାଧାନ୍ୟ ଦେଇଥିଲେ। ତତ୍କାଳୀନ ସମୟରେ ୧୫ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଅଞ୍ଚଳରେ ଆଖୁ ଚାଷ ହେଉଥିଲା। ନିକଟସ୍ଥ କୃଷ୍ଣଦାସପୁରରେ ଏକ ଆଖୁ ମିଲ୍‌ ହୋଇଥିଲା। ଏହି ମିଲ୍‌ ବନ୍ଦ ହେବା ସହ କ୍ଷେତକୁ ଜଳ ପରିଚାଳନା ଉକ୍ତ ଚାଷକୁ ନଷ୍ଟ କରିଛି। ବୃହତ୍‌ ବଜାର ଅଭାବରୁ ପର୍ବପର୍ବାଣି ପାଇଁ ମାତ୍ର ହଜାର ହେକ୍ଟର ଅଞ୍ଚଳରେ ଏବେ ଚାଷ ହେଉଛି। କେନ୍ଦ୍ରାପଡ଼ା ବ୍ଲକ କଂସାର ଗଁାର ଚାଷୀ ନିରଞ୍ଜନ ପରିଡା କହିଛନ୍ତି, ଜିଲାରେ ଚାଷ କରି ସାମ୍ପ୍ରତିକ ସମୟରେ ପରିବାର ପ୍ରତିପୋଷଣ କରିବା ବଡ଼ କଷ୍ଟକର। ୧୫ ଏକର ଜମିରେ ହରଡ଼ ଓ ସୂର୍ଯ୍ୟମୁଖୀ ଚାଷ ହେଉଥିବା ବେଳେ ଚଳିତବର୍ଷ ମଜୁରି ମୂଲ୍ୟ, ଜଳ ଯୋଗାଣ ଆଦି ଅସୁବିଧା ସୃଷ୍ଟି ହେବାରୁ କ୍ଷେତ ପଡ଼ିଆ ରହିବ। ବଜାରରେ ଉପଯୁକ୍ତ ମୂଲ୍ୟ ନ ମିଳିବାରୁ ବାଧ୍ୟ ହୋଇ ୨ ପୁଅଙ୍କ କର୍ମନିଯୁକ୍ତି ପାଇଁ ସୁରଟକୁ ଯାଇଛନ୍ତି। କୃଷକ ନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ସ୍ଲୋଗାନ ଓ ରାଜ୍ୟ ସରକାରଙ୍କ କେନ୍ଦ୍ରାପଡ଼ା ଜିଲାର କୃଷି ପ୍ରତି ବିଶେଷ ଧ୍ୟାନ ଦେବା ପ୍ରତିଶ୍ରୁତି ଏଠାରେ କାର୍ଯ୍ୟକାରୀ ହେଉନାହିଁ। ଦୀର୍ଘ ୨୫ ବର୍ଷ ଧରି ଜଳସେଚନ ପାଇଁ କେନାଲ ଖନନ ହୋଇ ନ ଥିବା ବେଳେ ଖରିଫ ଧାନ ଚାଷ ସମୟରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ରାଜ୍ୟରେ ପ୍ରତିବର୍ଷ ୨.୨୧ ଲକ୍ଷ ମେଟ୍ରିକ ଟନ ଚିନିର ଆବଶ୍ୟକତା ଅଛି। ଆଖୁଚାଷକୁ ପ୍ରୋତ୍ସାହନ ମିଳିବା କଥା। ମାତ୍ର କେନ୍ଦ୍ରାପଡ଼ା ଜିଲାରେ ଏହି ଚାଷ ଏବେ ହ୍ରାସ ପାଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଚିନିକଳକୁ ବନ୍ଦ କରାଯାଉଛି। ଉପଯୁକ୍ତ ବଜାର ମଣ୍ଡି ନ ହେଲେ ଚାଷୀ କ୍ଷତି ସହିବ। ବୁଦ୍ଧିଜୀବୀ ମୀର ଅବୁ ଓବେଦା କହିଛନ୍ତି, ଜିଲା ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ଏହାର ସମାଧାନ ପାଇଁ ଉପାନ୍ତ ଅଞ୍ଚଳରେ ଥିବା ନଦୀର ସଂଯୋଗୀକରଣ କେନାଲ ଆବଶ୍ୟକ। ବନ୍ୟା ସମୟରେ ଏହାକୁ ସୁପରିଚାଳନା କରିହେବ। ସେହିପରି ବିଭିନ୍ନ ବ୍ଲକେଜ ମାଧ୍ୟମରେ କ୍ଷେତକୁ ଜଳସେଚନ ହୋଇପାରିବ। ଏ ସମ୍ପର୍କରେ ଜଜାଙ୍ଗସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟ ନାରାୟଣ ମିଶ୍ରଙ୍କୁ ପଚାରିବାରେ ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ଜୋନରେ ଅଛି। ଜିଲାରେ ଚାଷ ପାଇଁ ଉପଯୁକ୍ତ ପରିମାଣରେ ବର୍ଷା ହେଉଥିଲେ ମଧ୍ୟ ୪ ପ୍ରକାର ମାଟି ଅଛି। ଏହାକୁ ଭିତ୍ତିକରି ସମନ୍ବିତ ଚାଷକୁ ଗୁରୁତ୍ୱ ଦିଆଯାଇଛି। ପୋଖରୀ, ପନିପରିବା, ଫଳ ଗଛ ଲଗାଇବାକୁ ପରାମର୍ଶ ଦିଆଯାଉଛି। ସେହିପରି ଛେଳି, କୁକୁଡା ପାର୍ମ, ଛତୁ, ହଳଦୀ ଓ ଔଷଧୀୟ ବୃକ୍ଷ ଜିଲାର ଅର୍ଥନୀତି କ୍ଷେତ୍ରରେ ପରିବର୍ତ୍ତନ ଆଣିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri