ଅର୍ଥକରୀ ଫସଲ ଆଖୁଚାଷ ହ୍ରାସ

କେନ୍ଦ୍ରାପଡ଼ା ଅଫିସ, ୩୦ା୧:କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ଏହାସତ୍ତ୍ୱେ ଅର୍ଥକରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ ୧ ହଜାର ହେକ୍ଟରକୁ ଛୁଇଁପାରିନାହିଁ। ସେହିପରି ଝୋଟ ପାଇଁ ପ୍ରସିଦ୍ଧିଲାଭ କରିଥିବା ଗବେଷଣା କେନ୍ଦ୍ର ଏବେ ଅକାମୀ ହୋଇପଡିଛି। ହରଡ଼, ସୂର୍ଯ୍ୟମୁଖୀଠାରୁ ଆରମ୍ଭ କରି ବହୁ ଅର୍ଥକରୀ ଫସଲ ଉତ୍ପାଦନ, ବିକ୍ରି ପାଇଁ ଜଳ ପରିଚାଳନା ଓ ମଣ୍ଡିର ଅଭାବ ଦେଖାଦେଇଛି। ଉନ୍ନତ ଜ୍ଞାନ କୌଶଳ ପ୍ରଦାନ ସହ ଉପାନ୍ତ ଅଞ୍ଚଳରେ ଥିବା ନଦୀଗୁଡିକ ସଂଯୋଗୀକରଣ ପାଇଁ ଏକ ବୃହତ୍‌ କେନାଲର ଆବଶ୍ୟକତା ଅଛି। ଏଥିପାଇଁ ଯୁବବର୍ଗ କୃଷିକୁ ଛାଡି ଅର୍ଥ ଉପାର୍ଜନ ପାଇଁ ବାହାରକୁ ଯାଉଥିବା ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି।
ପଟ୍ଟାମୁଣ୍ଡାଇର ଆଖୁଚାଷୀ ଅକ୍ଷୟ ବେହେରା କହିଛନ୍ତି, ଜିଲାର ଗରଦପୁର, ମାର୍ଶାଘାଇ, ଡେରାବିଶ, ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ବ୍ଲକ ଅଞ୍ଚଳର ଚାଷୀ ୧୦ ବର୍ଷ ପୂର୍ବେ ଆଖୁଚାଷକୁ ପ୍ରାଧାନ୍ୟ ଦେଇଥିଲେ। ତତ୍କାଳୀନ ସମୟରେ ୧୫ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଅଞ୍ଚଳରେ ଆଖୁ ଚାଷ ହେଉଥିଲା। ନିକଟସ୍ଥ କୃଷ୍ଣଦାସପୁରରେ ଏକ ଆଖୁ ମିଲ୍‌ ହୋଇଥିଲା। ଏହି ମିଲ୍‌ ବନ୍ଦ ହେବା ସହ କ୍ଷେତକୁ ଜଳ ପରିଚାଳନା ଉକ୍ତ ଚାଷକୁ ନଷ୍ଟ କରିଛି। ବୃହତ୍‌ ବଜାର ଅଭାବରୁ ପର୍ବପର୍ବାଣି ପାଇଁ ମାତ୍ର ହଜାର ହେକ୍ଟର ଅଞ୍ଚଳରେ ଏବେ ଚାଷ ହେଉଛି। କେନ୍ଦ୍ରାପଡ଼ା ବ୍ଲକ କଂସାର ଗଁାର ଚାଷୀ ନିରଞ୍ଜନ ପରିଡା କହିଛନ୍ତି, ଜିଲାରେ ଚାଷ କରି ସାମ୍ପ୍ରତିକ ସମୟରେ ପରିବାର ପ୍ରତିପୋଷଣ କରିବା ବଡ଼ କଷ୍ଟକର। ୧୫ ଏକର ଜମିରେ ହରଡ଼ ଓ ସୂର୍ଯ୍ୟମୁଖୀ ଚାଷ ହେଉଥିବା ବେଳେ ଚଳିତବର୍ଷ ମଜୁରି ମୂଲ୍ୟ, ଜଳ ଯୋଗାଣ ଆଦି ଅସୁବିଧା ସୃଷ୍ଟି ହେବାରୁ କ୍ଷେତ ପଡ଼ିଆ ରହିବ। ବଜାରରେ ଉପଯୁକ୍ତ ମୂଲ୍ୟ ନ ମିଳିବାରୁ ବାଧ୍ୟ ହୋଇ ୨ ପୁଅଙ୍କ କର୍ମନିଯୁକ୍ତି ପାଇଁ ସୁରଟକୁ ଯାଇଛନ୍ତି। କୃଷକ ନେତା ଗୟାଧର ଧଳ କହିଛନ୍ତି, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ସ୍ଲୋଗାନ ଓ ରାଜ୍ୟ ସରକାରଙ୍କ କେନ୍ଦ୍ରାପଡ଼ା ଜିଲାର କୃଷି ପ୍ରତି ବିଶେଷ ଧ୍ୟାନ ଦେବା ପ୍ରତିଶ୍ରୁତି ଏଠାରେ କାର୍ଯ୍ୟକାରୀ ହେଉନାହିଁ। ଦୀର୍ଘ ୨୫ ବର୍ଷ ଧରି ଜଳସେଚନ ପାଇଁ କେନାଲ ଖନନ ହୋଇ ନ ଥିବା ବେଳେ ଖରିଫ ଧାନ ଚାଷ ସମୟରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ରାଜ୍ୟରେ ପ୍ରତିବର୍ଷ ୨.୨୧ ଲକ୍ଷ ମେଟ୍ରିକ ଟନ ଚିନିର ଆବଶ୍ୟକତା ଅଛି। ଆଖୁଚାଷକୁ ପ୍ରୋତ୍ସାହନ ମିଳିବା କଥା। ମାତ୍ର କେନ୍ଦ୍ରାପଡ଼ା ଜିଲାରେ ଏହି ଚାଷ ଏବେ ହ୍ରାସ ପାଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଚିନିକଳକୁ ବନ୍ଦ କରାଯାଉଛି। ଉପଯୁକ୍ତ ବଜାର ମଣ୍ଡି ନ ହେଲେ ଚାଷୀ କ୍ଷତି ସହିବ। ବୁଦ୍ଧିଜୀବୀ ମୀର ଅବୁ ଓବେଦା କହିଛନ୍ତି, ଜିଲା ପାଇଁ ଜଳ ପରିଚାଳନା ଏକ ବଡ଼ ସମସ୍ୟା। ଏହାର ସମାଧାନ ପାଇଁ ଉପାନ୍ତ ଅଞ୍ଚଳରେ ଥିବା ନଦୀର ସଂଯୋଗୀକରଣ କେନାଲ ଆବଶ୍ୟକ। ବନ୍ୟା ସମୟରେ ଏହାକୁ ସୁପରିଚାଳନା କରିହେବ। ସେହିପରି ବିଭିନ୍ନ ବ୍ଲକେଜ ମାଧ୍ୟମରେ କ୍ଷେତକୁ ଜଳସେଚନ ହୋଇପାରିବ। ଏ ସମ୍ପର୍କରେ ଜଜାଙ୍ଗସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟ ନାରାୟଣ ମିଶ୍ରଙ୍କୁ ପଚାରିବାରେ ଏହି ଜିଲା ପ୍ରାକୃତିକ ବିପର୍ଯ୍ୟୟ ଜୋନରେ ଅଛି। ଜିଲାରେ ଚାଷ ପାଇଁ ଉପଯୁକ୍ତ ପରିମାଣରେ ବର୍ଷା ହେଉଥିଲେ ମଧ୍ୟ ୪ ପ୍ରକାର ମାଟି ଅଛି। ଏହାକୁ ଭିତ୍ତିକରି ସମନ୍ବିତ ଚାଷକୁ ଗୁରୁତ୍ୱ ଦିଆଯାଇଛି। ପୋଖରୀ, ପନିପରିବା, ଫଳ ଗଛ ଲଗାଇବାକୁ ପରାମର୍ଶ ଦିଆଯାଉଛି। ସେହିପରି ଛେଳି, କୁକୁଡା ପାର୍ମ, ଛତୁ, ହଳଦୀ ଓ ଔଷଧୀୟ ବୃକ୍ଷ ଜିଲାର ଅର୍ଥନୀତି କ୍ଷେତ୍ରରେ ପରିବର୍ତ୍ତନ ଆଣିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?