କୃଷି ଓ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ 

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କିତ ତଥ୍ୟ ସୋମବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ଉଭୟ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ଚଳିତ ବର୍ଷ ନଭେମ୍ବରରେ ହ୍ରାସ ପାଇଥିବା ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ ଦର୍ଶାଯାଇଛି।  କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ଖୁଚୁରା ମୁଦ୍ରାସ୍ଫୀତି ୫.୩୫ ପ୍ରତିଶତ ହ୍ରାସ ପାଇଥିବାବେଳେ ଏବଂ ଗ୍ରାମୀଣ ଶ୍ରମିକଙ୍କ କ୍ଷେତ୍ରରେ ଏହା ୫.୪୭ ପ୍ରତିଶତକୁ ହ୍ରାସ ପାଇଛି।
ଏକ ମାସ ପୂର୍ବରୁ ଅର୍ଥାତ ଅକ୍ଟୋବରରେ  କୃଷି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ କ୍ଷେତ୍ରରେ ଏହା ୫.୯୬% ଏବଂ ଗ୍ରାମୀଣ ଶ୍ରମିକଙ୍କ କ୍ଷେତ୍ରରେ ଏହା  ୬%  ଥିଲା। ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନାନୁସାରେ,  କୃଷି ଶ୍ରମିକ (ସିପିଆଇ-ଏଲ) ଏବଂ ଗ୍ରାମୀଣ ଶ୍ରମିକ (ସିପିଆଇ-ଆର୍‌ଏଲ୍‌) ପାଇଁ ଅଲ ଇଣ୍ଡିଆ ଗ୍ରାହକ ମୂଲ୍ୟ ସୂଚକାଙ୍କ ନଭେମ୍ବରରେ ୫ ପଏଣ୍ଟ ବୃଦ୍ଧି ପାଇ ଯଥାକ୍ରମେ ୧,୩୨୦ ଏବଂ ୧,୩୩୧ରେ ପହଞ୍ଚିଛି। କୃଷି ଶ୍ରମିକ ପାଇଁ ଏହା  ୨୦୨୪  ନଭେମ୍ବରରେ  ୧,୩୧୫ ପଏଣ୍ଟ ଏବଂ ଗ୍ରାମୀଣ ଶ୍ରମିକମାନଙ୍କ ୧,୩୨୬ ପଏଣ୍ଟ ଥିଲା ।
ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତି ଅନୁଯାୟୀ, ନଭେମ୍ବରରେ କୃଷି ଶ୍ରମିକ ଏବଂ ଗ୍ରାମୀଣ ଶ୍ରମିକଙ୍କ ପାଇଁ ଗ୍ରାହକ ମୂଲ୍ୟ ସୂଚକାଙ୍କ ଉପରେ ଆଧାରିତ ମୁଦ୍ରାସ୍ଫୀତି ଯଥାକ୍ରମେ ୫.୩୫ ପ୍ରତିଶତ ଏବଂ ୫.୪୭ ପ୍ରତିଶତ ରହିଥିଲା। ଅନ୍ୟପଟେ ୨୦୨୩ ନଭେମ୍ବରରେ ଏହା କୃଷି ଶ୍ରମିକଙ୍କ ପାଇଁ ୭.୩୭% ଏବଂ ଗ୍ରାମୀଣ ଶ୍ରମିକଙ୍କ ପାଇଁ ୭.୧୩% ଥିଲା। ଅକ୍ଟୋବର ୨୦୨୪ ରେ କୃଷି ଶ୍ରମିକଙ୍କ ପାଇଁ ଏହା ୫.୯୬ ପ୍ରତିଶତ ଏବଂ ଗ୍ରାମୀଣ ଶ୍ରମିକଙ୍କ ପାଇଁ ୬% ପ୍ରତିଶତ ଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri