କମିଲା ସାପ୍ତାହିକ ସଂକ୍ରମଣ : ହାର ୦.୧୦ ପ୍ରତିଶତ…

ନୂଆଦିଲ୍ଲୀ, ୧୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ଶହ ତଳେ ରହିଛି। ଏହା ୧୭୯ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୨୨୭ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨୦୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୦ ହଜାର ୯୩୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୭ ହଜାର ୯୮୩ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri