କମୁଛି ବୈତରଣୀ, ବଢୁଛି ଦୁର୍ଦ୍ଦଶା

ଭଦ୍ରକ ଅଫିସ,୨୮ା୮: ଭଦ୍ରକର ତଳିଆ ଅଞ୍ଚଳ ଏବେ ସମ୍ପୂର୍ଣ୍ଣ ଜଳମଗ୍ନ। ପ୍ରାଥମିକ ଆକଳନ ଅନୁଯାୟୀ, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୧୩୦ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଭଦ୍ରକ-ଆଖଣ୍ଡଳମଣି ରାସ୍ତାର କୋଠାର ଛକ ପାଖରେ ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଭଦ୍ରକ-ଆଖଣ୍ଡଳମଣି ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଆଖୁଆପଦା ନିକଟରେ ଜଳସ୍ତର ୧୯.୬୦ ମିଟରରେ ପ୍ରବାହିତ ହେଉଥିବା ବେଳେ ଏଠାରେ ବିପଦ ସଙ୍କେତ ରହିଛି ୧୭.୮୩ ମିଟର। ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ପ୍ରାୟ ୪୫ ଗାଁ ଜଳବନ୍ଦୀ ଅବସ୍ଥାରେ ଥିବା ବେଳେ ଧାମନଗର ବ୍ଲକର ୨୦ ପଞ୍ଚାୟତର ୭୫ରୁ ଊର୍ଦ୍ଧ୍ୱ ଗାଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଯେଉଁମାନେ ବନ୍ୟା ଜଳରେ ଫସି ରହିଛନ୍ତି ସେମାନଙ୍କୁ ପ୍ରଶାସନ ପକ୍ଷରୁ ଉଦ୍ଧାର କରାଯାଉଛି। ଭଣ୍ଡାରିପୋଖରୀ ଓ ଧାମନଗରର ୧୭ରୁ ଅଧିକ ପଞ୍ଚାୟତ ଅଧିକ ଜଳମଗ୍ନ ହେବା ସହ ବିଦ୍ୟୁତ୍‌ ସେବା ଠପ୍‌ ହୋଇଛି। ବନ୍ୟା ଅଞ୍ଚଳରେ ଲୋକମାନେ ନାହିଁ ନ ଥିବା ହଇରାଣର ସମ୍ମୁଖୀନ ହୋଇଛନ୍ତି। ପୋଲିସ ଓ ଅଗ୍ନିଶମ, ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌ ଟିମ୍‌ ବିଭିନ୍ନ ସ୍ଥାନରେ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri