କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ କେନ୍ଦୁଝର

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ସର୍ବାଧିକ ୭୦ ଆକ୍ରାନ୍ତ କେନ୍ଦୁଝର ଜିଲାରୁ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୪୬, ବାଲେଶ୍ୱରରୁ ୨୫, ବରଗଡ଼ରୁ ୧୫ , ଭଦ୍ରକରୁ ୨୦, ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୩, କଟକରୁ ୨୬ , ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨ ଓ ଗଞ୍ଜାମରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୮, ଯାଜପୁରର ୧୫ , ଝାରସୁଗୁଡ଼ାରୁ ୨୧, କଳାହାଣ୍ଡିରୁ ୭ , କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୬, କୋରାପୁଟରୁ ୧୦, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୪ , ନୟାଗଡ଼ରୁ ୨, ନୂଆପଡ଼ାରୁ ୬୯, ପୁରୀରୁ ୧୭, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୯ ଓ ସୁବର୍ଣ୍ଣପୁରରୁ ୨ ଓ ସୁନ୍ଦରଗଡ଼ରୁ ୬୬ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୧୫୨୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮୨୧ ଚିକିତ୍ସାଧୀନ ଅଛନ୍ତି। ୩୦୬୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri