କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ସର୍ବାଧିକ ୭୩ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୯, ବାଲେଶ୍ୱରରୁ ୧୩, ବରଗଡ଼ରୁ ୧୪ , ଭଦ୍ରକରୁ ୧୯, ବଲାଙ୍ଗୀରରୁ ୩୨, ବୌଦ୍ଧରୁ ୩, କଟକରୁ ୩୮ , ଦେବଗଡ଼ରୁ ୩, ଢେଙ୍କାନାଳରୁ ୬, ଭଜପତିରୁ ୩ ଓ ଗଞ୍ଜାମରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୨୭, ଯାଜପୁରର ୧୭ , ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୧୫ , କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୩୭, କୋରାପୁଟରୁ ୧, ମାଲକାନଗିରିରୁ ୧୬, ମୟୂରଭଞ୍ଜରୁ ୫୯ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧୫ , ନୟାଗଡ଼ରୁ ୯, ନୂଆପଡ଼ାରୁ ୯, ପୁରୀରୁ ୩୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଓ ସୁବର୍ଣ୍ଣପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୬୨ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୧୦୦୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨୮୦ ଚିକିତ୍ସାଧୀନ ଅଛନ୍ତି। ୨୯୯୧୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

ମୁଁ ରୁହେ କି ରୁହେ….ଭକ୍ତଙ୍କୁ ଭାବବିହ୍ବଳ ମେସେଜ୍‌ ଦେଲେ ପ୍ରେମାନନ୍ଦ ମହାରାଜ

ଲକ୍ଷ୍ନୌ,୨୬।୫:ଗତ କିଛି ଦିନ ଧରି ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର ଆସିଛି। ତାଙ୍କ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri