ଦିନେ କମୁଛି ଦିନେ ବଢ଼ୁଛି: ଆଜି ରାଜ୍ୟରେ ୨୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୭ହଜାର ୩୮୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୦ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୩, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୨, ଗଞ୍ଜାମ ୨, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନୟାଗଡ଼ରୁ ୧, ପୁରୀରୁ ୯, ସମ୍ବଲପୁରରୁ ୧୩, ଓ ସୁନ୍ଦରଗଡ଼ରୁ ୩୯ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୨ ଅଛନ୍ତି।