କମୁଛି ରବି ଚାଷ: ପୁନରୁଦ୍ଧାର ହେଉନି ଜଳସେଚନ ପ୍ରକଳ୍ପ

ରାଇକିଆ,୨୦।୨(ପ୍ରଦୀପ ବେହେରା): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ବିଭିନ୍ନ ଜଳ ସେଚନ ପ୍ରକଳ୍ପ ଶୁଖିଲା ପଡ଼ିଛି । ଫେବୃଆରୀ ଆରମ୍ଭ ରୁ ବିଶେଷ କରି କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ଗୁଡିକ ରେ ଜଳ ସ୍ତର କମିବା, କେନାଲ ରେ ପାଣି ନ ଆସିବା ଚାଷ କାର୍ଯ୍ୟ ରେ ବାଧା ସୃଷ୍ଟି କରିଛି । ଜଳାଭାବ ଯୋଗୁଁ ରବି ଚାଷ ଠାରୁ ଦୁରଉଛନ୍ତି ଚାଷୀ । ଚଳିତ ବର୍ଷ ରବି ଚାଷ କମିବାର ସମ୍ଭାବନା ଦେଖା ଦେଇଛି ।

ବାସନ୍ତୀ ସାଗର, ଗୁନ୍ଧାଣି ଜଳ ସେଚନ ପ୍ରକଳ୍ପ ର ଜଳ ସ୍ତର କମିବା ସହ କେନାଲ ରେ ପାଣି ନ ଆସିବା ସହ ପୋତି ହୋଇଗଲାଣି । ଝରଣା ଏବଂ ନାଳ ପାଣି କମିବା ଯୋଗୁଁ ବିଭିନ୍ନ ଛୋଟ ଚେକ୍ ଡ଼ାମ୍ ଗୁଡ଼ିକ ରେ ମଧ୍ୟ ପାଣି ନାହିଁ । ଏହାର ପ୍ରଭାବ ସିଧା ସଳଖ ରବି ଚାଷ ଉପରେ ପଡ଼ିଛି । ଖରିଫ୍ ଶେଷ ଆଡ଼କୁ ଚାଷ କରିଥିବା କିଛି ଚାଷ ଫଳପ୍ରଦ ହୋଇଥିବା ବେଳେ ରବି ଋତୁ ରେ ହେଉଥିବା ବିଭିନ୍ନ ପ୍ରକାର ପନିପରିବା ଚାଷ ନଷ୍ଟ ହେବାକୁ ବସିଲାଣି ।

ଏ ନେଇ ରାଇକିଆ ବ୍ଲକ୍ କୃଷି ଅଧିକାରୀ ସଚିନ୍ଦ୍ର ସେଠୀ କହିଛନ୍ତି, ପୁର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ରବି ଋତୁ ରେ କମ୍ ଚାଷ ହୋଇଛି । ବିଶେଷ କରି ଜଳ ସମସ୍ୟା କୁ ଦୃଷ୍ଟି ରେ ରଖି ଅନେକ ଚାଷୀ କ୍ଷତି ହେବା ଆଶଙ୍କା ରେ ଚାଷ କରି ନାହାନ୍ତି । କ୍ଷୁଦ୍ର ଜଳ ସେଚନ ବିଭାଗ ଯନ୍ତ୍ରୀ କହିଛନ୍ତି, ବିଭନ୍ନ ବିଭାଗୀୟ କାରଣ ଯୋଗୁଁ ଚଳିତ ବର୍ଷ କୌଣସି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରାଯାଇ ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri