Posted inରାଜ୍ୟ

କମି କମି ଯାଉଛି ସୁବର୍ଣ୍ଣରେଖା ପତ୍ତନ

ଜଳେଶ୍ୱର,୫ା୪(ଡି.ଏନ.ଏ.)-ଉତ୍ତର ବାଲେଶ୍ୱରର ଜୀବନରେଖା କୁହାଯାଉଥିବା ସୁବର୍ଣ୍ଣରେଖା ନଦୀ ବାଲି ମାଫିଆଙ୍କ କବ୍‌ଜାରେ। ପଶ୍ଚିମବଙ୍ଗର ବାଲି ମାଫିଆମାନେ ଓଡ଼ିଶା ସୀମାବର୍ତ୍ତୀ ସୁବର୍ଣ୍ଣରେଖା ନଦୀପଠାରୁ ଜବରଦସ୍ତ ମେଶିନ ସହାଯ୍ୟରେ ବାଲି ଉତ୍ତୋଳନ କରି ନେଉଥିବାରୁ ନଦୀର ପତ୍ତନ ଧୀରେ ଧୀରେ କମି କମି ଯାଉଛି ଓ ନଦୀ ଅଧିକ ଗଭୀର ହୋଇଯାଉଛି। ନଦୀର ଗତିପଥ ବଦଳିବା ସହ କୂଳ ଖାଇ ଧନଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ଖରାଦିନେ ନଦୀ ପାଣିକୁ ଚାଷ ଲାଗି ବ୍ୟବହାର କରାଯାଇଥାଏ। ନଦୀକୂଳିଆ ଗ୍ରାମବାସୀ ନିଜର ଦୈନନ୍ଦିନ କାର୍ଯ୍ୟରେ ଏହି ପାଣିକୁ ବ୍ୟବହାର କରିଥାନ୍ତି। ଚଳିତବର୍ଷ ପ୍ରାୟ ୭ମାସ ହେବ ବର୍ଷା ନ ହେବାରୁ ନଦୀର ଶଯ୍ୟା ଶୁଷ୍କ ହୋଇ ଜୀବନଯାତ୍ରା ବ୍ୟାହତ ହୋଇଛି। ଭୂତଳ ଜଳସ୍ତର ୧୦୦ଫୁଟ ପର୍ଯ୍ୟନ୍ତ ତଳକୁ ଖସିଯାଇଛି। ଫଳରେ ନଦୀ ଅବବାହିକାରେ ଥିବା ଗ୍ରାମଗୁଡିକରେ ଜଳ ସଂକଟ ସୃଷ୍ଟି ହୋଇଛି। ଅଗଭୀର ନଳକୂପରୁ ଚାଷ ଓ ପିଇବା ପାଇଁ ପାଣି ମିଳୁନାହିଁ। ଏହାର ପ୍ରତିକାର ଲାଗି ମହମ୍ମଦନଗରପାଟଣା ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ମହାନ୍ତି, ସମାଜସେବୀ ରାଧାଶ୍ୟାମ ସାହୁ, ଉତ୍ତମ ଦାସ, ଅରୁଣ ସେନାପତି, ହରିପଦ ମାନ୍ନା, ଖକନ ଜେନା, କୁନା ଟୁଡୁ, ସୂର୍ଯ୍ୟକାନ୍ତ ସାହୁ ପ୍ରମୁଖ ଜଳେଶ୍ୱର ବିଧାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri