କମୁଛି ଜଳସ୍ତର, ବର୍ଷାଜଳ ସଞ୍ଚୟ ନିର୍ଦ୍ଦେଶ

କେସିଙ୍ଗା,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବର୍ଷାଜଳ ସଞ୍ଚୟ କରିବାକୁ ଜିଲାପାଳ ଡ. ଗାଭଳି ପରାଗ ହର୍ଷଦ କେସିଙ୍ଗା ଏନ୍‌ଏସିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଏନ୍‌ଏସିର ୧୨ଟି ଓ୍ବାର୍ଡରେ ୧୦୦ଟି ସୋ ପିଟ ନିର୍ମାଣ କରିବା ପାଇଁ ସହରର ୩୧ଟି ମିଶନ ଶକ୍ତିକୁ ଆଦେଶନାମା ପ୍ରଦାନ କରିଛନ୍ତି।
ଜଳବାୟୁ ପରିବର୍ତ୍ତନ ଯୋଗୁ ସମ୍ପ୍ରତି ଭୂପୃଷ୍ଠକୁରୁ ଜଳସ୍ତର କ୍ରମଶଃ କମିବାରେ ଲାଗିଛି। ବର୍ଷାଜଳକୁ ବର୍ତ୍ତମାନଠାରୁ ସଞ୍ଚୟ କରିବା ପାଇଁ ମୁକ୍ତା ଯୋଜନାରେ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଭବିଷ୍ୟତରେ ଜଳକଷ୍ଟ ଦୂର ପାଇଁ ଆଗାମୀ ପିଢ଼ି ନିମନ୍ତେ ସମସ୍ତେ ବର୍ଷାଜଳ ସଂରକ୍ଷଣ କରିବାକୁ ଜିଲାପାଳ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଆସନ୍ତା ଜୁନ ୧୦ ସୁଦ୍ଧା ଏହାକୁ ସମ୍ପୂର୍ଣ୍ଣ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ ପର୍ଯ୍ୟାୟରେ କେସିଙ୍ଗା ସହରର ୧୨ଟି ଓ୍ବାର୍ଡରେ ୧୦୦ଟି ବର୍ଷାଜଳ ସଂରକ୍ଷଣ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ସୋ ପିଟ୍‌ ନିର୍ମାଣ କାମ ଚାଲିଛି। ଏଥି ମଧ୍ୟରୁ ୧୦ଟି ସମ୍ପୂର୍ଣ୍ଣ ହୋଇସାରିଛି ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ କିରଣ ବେହେରା ପ୍ରକାଶ କରିଛନ୍ତି। ଏହି ଯୋଜନାକୁ ତ୍ୱରାନ୍ବିତ କରିବାକୁ କେସିଙ୍ଗା ତହସିଲଦାର, ଅତିରିକ୍ତ ତହସିଲଦାର, ବିଡିଓ, ମୁକ୍ତା ଟିମ୍‌
ପ୍ରୋଗ୍ରାମ କୋ-ଅଡିନେଟର ଅଭିଜିତ୍‌ ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ ମାରାଣ୍ଡି ବାବୁଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ଯୋଜନା ନିର୍ମାଣ ପାଇଁ ଗତ ଏପ୍ରିଲରୁ ଆରମ୍ଭ କରାଯାଇଛି। ଆସନ୍ତା ଜୁନ୍‌ ୧୦ରେ ୧୦୦ଟି ସୋ ପିଟ୍‌ ସମ୍ପୂର୍ଣ୍ଣ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୭ରେ ନିର୍ମାଣାଧୀନ ବେଳେ ଜିଲାପାଳ ଏବଂ ପିଡିଡିଆରଡିଏ ସୋମେଶ ଉପାଧ୍ୟାୟ ପରିଦର୍ଶନ ପୂର୍ବକ କାର୍ଯ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?