ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି। ମୃତଦେହ ନିକଟରେ ଥିବା ଏକ ବ୍ୟାଗରୁ ମିଳିଥିବା ଆଧାର କାର୍ଡ ମାଧ୍ୟମରେ ପୁଲିସ ମୃତକଙ୍କ ପରିଚୟ ଜାଣିବା ସହ ପରିବାର ଲୋକଙ୍କୁ ସୂଚନା ଦେଇଛି।

ମୃତକ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳର କିଶୋର ନାୟକଙ୍କ ପୁଅ ଜଗନ୍ନାଥ ନାୟକ ବୋଲି ଆଇଆଇସି ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି।

 ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ରେନବୋ ଜଳପ୍ରପାତ ନିକଟରେ ଏକ ଗଳିତ ମୃତଦେହ ଦଉଡ଼ିରେ ଝୁଲୁଥିବା ନେଇ ପୁଲିସ ଖବର ପାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ବେଳେ ନିକଟରେ ଏକ ବ୍ୟାଗ ପଡ଼ିଥିବା ଦେଖିଥିଲା। ବ୍ୟାଗ ଭିତରୁ ମୋବାଇଲ, ହାତଘଣ୍ଟା, ଆଧାର କାର୍ଡ ଆଦି ମିଳିଥିଲା।

ଆଧାର କାର୍ଡରୁ ପୋଲିସ ମୃତକଙ୍କ ପରିଚୟ ଜାଣିବା ସହ ମୋବାଇଲରୁ ତାଙ୍କ ସମ୍ପର୍କୀୟଙ୍କ ନମ୍ବର ସଂଗ୍ରହ କରି ଯୋଗାଯୋଗ କରିଥିଲା। ପ୍ରାଥମିକ ତଦନ୍ତରୁ ମୃତକ କିଛି ଦିନ ପୂର୍ବରୁ ଦାରିଙ୍ଗବାଡ଼ିର ଏକ ହୋଟେଲରେ ରହିଥିବା ଏବଂ ସେଠାରୁ ରେନବୋ ଜଳପ୍ରପାତକୁ ଯାଇଥିବା ପୋଲିସ ଜାଣିପାରିଛି।

ତେବେ ମୃତଦେହଟି ଯେଉଁ ଅବସ୍ଥାରେ ଦଉଡ଼ିରେ ଝୁଲି ରହିଛି, ତାହାକୁ ନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନମୁନା ସଂଗ୍ରହ କରିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।

ବର୍ତ୍ତମାନ ମୃତଦେହ ଘଟଣାସ୍ଥଳରେ ରହିଛି। ମଙ୍ଗଳବାର ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିବେ। ସାଇଣ୍ଟିଫିକ୍‌ ଟିମ୍‌ ଆସିବା ପରେ ମୃତଦେହକୁ ବ୍ରହ୍ମପୁର ନେଇ ବ୍ୟବଚ୍ଛେଦ କରାଯିବ ବୋଲି ଆଇଆଇସି ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି।

ଏନେଇ ଦାରିଙ୍ଗବାଡ଼ି ପୋଲିସ ଏକ ଅପମୃତ୍ୟୁ ମାମଲା (୧୪/୨୬) ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ମୃତକ ପର୍ଯ୍ୟଟକ ହୋଇଥିବା ନେଇ ମଧ୍ୟ ପ୍ରାଥମିକ ଭାବେ ଆଶଙ୍କା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?