ସଜେଇ ହେଉଛି ଇକୋରିଟ୍ରିଟ: ଡିସେମ୍ବର ପହିଲାରେ ଶୁଭାରମ୍ଭ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ଦାରିଙ୍ଗବାଡ଼ିଠାରେ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ ଇକୋରିଟ୍ରିଟ କରାଯାଉଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ବହୁତ କମ୍‌ ସମୟ ମଧ୍ୟରେ ଏକ ପାହାଡ଼ ଉପରେ ଏହି ଇକୋରିଟ୍ରିଟ କରାଯାଇଛି।
ଏଥିପାଇଁ ପାହାଡ଼କୁ ସମତଳ କାର୍ଯ୍ୟ ସହ ଷ୍ଟେପ୍‌ କରାଯାଇଛି। ଏପରି କି ନୂତନ ବିଦ୍ୟୁତ୍‌ ଯୋଗାଣ ସମେତ ପିଇବା ପାଣି ବ୍ୟବସ୍ଥା, ଫାଇବର ବ୍ଲକ କାର୍ଯ୍ୟ ସମେତ କଟେଜ ନିର୍ମାଣ, ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ଇଭେଣ୍ଟ ବ୍ୟବସ୍ଥା, ଇକୋରିଟ୍ରିଟକୁ ଯାତାୟାତ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି ା
ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ତତ୍ତ୍ୱାବଧାନରେ ତହସିଲଦାର ଡ.ଅଶୋକ କୁମାର ଦାସ, ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ବ୍ରଜକିଶୋର ମହାପାତ୍ର, କନିଷ୍ଠ ଯନ୍ତ୍ରୀ ପ୍ରଦୀପ ସ୍ବାଇଁ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କ କାର୍ଯ୍ୟକୁ ପ୍ରାଥମିକତା ଦେଇ କାର୍ଯ୍ୟ କରୁଛନ୍ତି। ଡିସେମ୍ବର ପହିଲାରେ ଏହାର ଶୁଭ ଉଦ୍‌ଘାଟନ କରାଯିବାକୁ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।
ଦ୍‌କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଘନ ଘନ ଦାରିଙ୍ଗବାଡ଼ି ଗସ୍ତରେ ଆସି ନିର୍ମାଣାଧୀନ ଇକୋରିଟ୍ରିଟର କାର୍ଯ୍ୟ ତଦାରଖ କରୁଥିବା ବେଳେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ମଙ୍ଗଳବାର ଦାରିଙ୍ଗବାଡ଼ିରେ ଇକୋରିଟ୍ରିଟ କାର୍ଯ୍ୟ ପରିଦର୍ଶନ ସହ ସମୀକ୍ଷା କରିଛନ୍ତି। ବିଧାୟକ ସାଲୁଗା ପ୍ରଧାନଙ୍କ ସମେତ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଆଲୋଚନା କରିବା ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ପରିଦର୍ଶନ କରିବା ସହ କଫି ବଗିଚା ଏବଂ କଫି କାଫେ ହେବାକୁ ରହିଥିବା ସ୍ଥାନ ପରିଦର୍ଶନ କରିଛନ୍ତି। ଏଥିସହ ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri