ସଜେଇ ହେଉଛି ତାଳବଣିଆ ପଡ଼ିଆ

ପୁରୀ ଅଫିସ,୨୩ା୧୨: ଚଳିତ ମାସ ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୫ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ୨୦୨୪ରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି ତା’ର ରୌପ୍ୟ ଜୟନ୍ତୀ ଉତ୍ସବ ପୁରୀରେ ଆୟୋଜନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ସାରା ରାଜ୍ୟରେ ଅଭିଯାନ ଜାରି ରଖିବା ପାଇଁ ଲକ୍ଷ୍ୟ ରଖିଛି। ପ୍ରତିଷ୍ଠା ଦିବସ ଆଉ ୩ଦିନ ବାକି ଥିବାବେଳେ ଚଳଚଞ୍ଚଳ ହୋଇପଡ଼ିଛି ଆୟୋଜନସ୍ଥଳ ପୁରୀ ତାଳବଣିଆ ପଡ଼ିଆ। ଏଠାରେ ବିଜେଡି ୨୫ତମ ରୌପ୍ୟ ଜୟନ୍ତୀ ପାଳନ କରିବ। ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିବେ। ଏଥିପାଇଁ କର୍ମୀ ଓ ନେତାମାନଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।
ବିଜେଡିର ରୌପ୍ୟ ଜୟନ୍ତୀକୁ ଆନନ୍ଦ ଉଲ୍ଲାସରେ ପାଳନ କରାଯିବା ଲକ୍ଷ୍ୟ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ବୁଧବାର ଦଳର ବରିଷ୍ଠ ନେତୃବୃନ୍ଦ ଆୟୋଜନସ୍ଥଳକୁ ଆସି କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଗୁରୁବାର ନୟାଗଡ଼ ବିଧାୟକ ଅରୁଣ ସାହୁ ଏବଂ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ତାଳବଣିଆ ପଡ଼ିଆକୁ ଯାଇ କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଅବସରରେ ଯୁବ ବିଜୁ ଜନତା ଦଳର ରାଜ୍ୟ ଉପସଭାପତି ଶୁଭାଶିଷ ଖୁଣ୍ଟିଆ, ସୁନୀଲ ମହାନ୍ତି ଏବଂ ପୂର୍ବତନ ନଗରପାଳ ଗୌରହରି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ନେଇ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ଏବଂ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା ତାଳବଣିଆ ପଡ଼ିଆ ପରିଦର୍ଶନ ସହ ସୁରକ୍ଷା ବ୍ୟବସ୍ଥା ନେଇ ସ୍ଥିତି ସମୀକ୍ଷା କରିଥିଲେ।
ସୂଚନା ଅନୁଯାୟୀ, ୨୬ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ପରେ ସେଠାରୁ ତାଳବଣିଆ ପଡ଼ିଆ ଯାଇ ଦଳର ୨୫ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ। ଦଳକୁ ତୃଣମୂଳ ସ୍ତରରେ କିଭଳି ଅଧିକରୁ ଅଧିକ ମଜଭୁତ କରାଯିବା ସହ ୨୦୨୪ ନିର୍ବାଚନ ପାଇଁ ସମସ୍ତେ ଏକ ମିଶନ୍‌ ମୋଡରେ କାର୍ଯ୍ୟ କରିବେ ସେ ନେଇ ଦଳୀୟ କର୍ମୀ ଓ ନେତାଙ୍କୁ ସେ ଉଦବୋଧନ ଦେବେ। ଅନ୍ୟପଟେ ଏହି ସମାବେଶ ଏବଂ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି। ତାଳବଣିଆ, ଶ୍ରୀମନ୍ଦିର ସଂଲଗ୍ନ ଅଞ୍ଚଳ ଓ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ପୋଲିସ ସୂତ୍ର୍ରରୁ ଜଣାପଡ଼ିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri