ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ,୨୦ା୨(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ଓ ରାଜ୍ୟ ବାହାରର ବହୁ ସଂଖ୍ୟକ ମହିମା ସାଧୁ ସନ୍ନ୍ୟାସୀ ଆସି ଯୋରନ୍ଦାରେ ପହଞ୍ଚି ସାରିଲେଣି। ଏହାକୁ ନେଇ ଯୋରନ୍ଦା ଉତ୍ସବ ମୁଖର ହୋଇଉଠିଲାଣି। ମାଘମେଳା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି।
ଚଳିତବର୍ଷ ମାଘ ମେଳା ଆସନ୍ତା ୨୨, ୨୩ ଓ ୨୪ ତାରିଖ ୩ ଦିନ ଧରି ଅନୁଷ୍ଠିତ ହେବ। ୨୨ ଓ ୨୩ ତାରିଖ ଦୁଇଦିନ ଧରି ବିଶ୍ୱ କଲ୍ୟାଣ ପାଇଁ ଘୃତାହୁତି କରାଯାଇ ଝାଡ଼ଦୀପ ପ୍ରଜ୍ୱଳନ ହେବ। ଚଳିତବର୍ଷ ଏହି ପ୍ରସିଦ୍ଧ ମେଳାରେ ବ୍ୟାପକ ଜନ ସମାଗମ ହେବାର ଆଶଙ୍କା କରାଯାଉଥିବାରୁ ଭଲ ବ୍ୟବସାୟ ଆଶାରେ ଉଠା ଦୋକାନୀମାନେ ଯୋରନ୍ଦାରେ ନିଜ ନିଜର ପସରା ମଲାଇବା ଆରମ୍ଭ କଲେଣି। ବିଶ୍ୱ ପ୍ରସିଦ୍ଧ ମାଘମେଳାକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ପରମ୍ପରା ଓ ଭାଇଚାରା ମଧ୍ୟରେ ମେଳା ଆୟୋଜନ କରିବା ପାଇଁ ପ୍ରସ୍ତୁତି ଚାଲିଛି ା ଇତିମଧ୍ୟରେ ୨ଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋମବାର ଉପଜିଲାପାଳ ସନପ କୁମାର ନନ୍ଦଙ୍କ ସମେତ ଅତିରିକ୍ତ ଏସ୍‌ପି ସୂର୍ଯ୍ୟମଣି ପ୍ରଧାନ, ସଦର ଏସ୍‌ଡିପିଓ ବିଭୂତି ଭୂଷଣ ମହାପାତ୍ର ପ୍ରମୁଖ ଯୋରନ୍ଦାଠାରେ ପହଞ୍ଚି ମେଳାର ସୁପରିଚାଳନା ପାଇଁ ଅନୁଧ୍ୟାନ ଓ ଆଲୋଚନା କରିଥିଲେ। ଚଳିତବର୍ଷ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଉଛି। ସେହିପରି ପ୍ରଥମ କରି ଉପଖଣ୍ଡସ୍ତରୀୟ ପଲ୍ଲିଶ୍ରୀ ମେଳା ଆୟୋଜିତ ହେବ। ଏଥିପାଇଁ ମଧ୍ୟ ପ୍ରସ୍ତୁତି ଜୋର୍‌ ଧରିଛି ବୋଲି ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ସୂଚନା ଦେଇଛନ୍ତି। ଚଳିତବର୍ଷ ମେଳାରେ ୯ ପ୍ଲାଟୁନ ପୋଲିସ ମୁତୟନ ହେବେ ବୋଲି ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି। ଜିଲାପାଳ ମନୋରଞ୍ଜନ ମଲ୍ଲିକ କହିଛନ୍ତି, ଶାନ୍ତିଶୃଙ୍ଖଳାର ସହ ପ୍ରସିଦ୍ଧ ମାଘମେଳାର ସୁପରିଚାଳନା ପାଇଁ ୨ଥର ପ୍ରସ୍ତୁତି ବୈଠକ ସରିଛି। ଚଳିତବର୍ଷ ଅଧିକ ଜନ ସମାଗମ ହେବାର ସମ୍ଭାବନା ରହିଛି। ଶାନ୍ତିଶୃଙ୍ଖଳାର ସହ ମେଳା ଶେଷ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri