ସଜେଇ ହେଉଛି ଉଦୟପୁର-ତାଳସାରୀ

ଭୋଗରାଇ,୯ା୯: ନୂଆ ରୂପରେ ସଜେଇ ହେଉଛି ବାଲେଶ୍ୱର ଜିଲାର ବେଳାଭୂମି ଉଦୟପୁର-ତାଳସାରୀ। ଦୀର୍ଘବର୍ଷ ଧରି ଦୃଷ୍ଟି ଆଢୁଆଳରେ ରହିଯାଇଥିବା ଏହି ବେଳାଭୂମିକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବାକୁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ଦୁବାଇ ଭଳି ସୌନ୍ଦର୍ଯ୍ୟକରଣ କରାଯିବା ସହ ଓଡ଼ିଶା ମାନଚିତ୍ରରେ ଏହି ବେଳାଭୂମି ସ୍ବତନ୍ତ୍ର ସ୍ଥାନ ପାଇବ ବୋଲି କାର୍ଯ୍ୟାଦେଶ ନେଇଥିବା ସଂସ୍ଥା ପକ୍ଷରୁ କୁହାଯାଇଛି।
୨୦୨୦ରେ ରାଜ୍ୟ ସରକାର ଏହି ବେଳାଭୂମିର ସୌନ୍ଦର୍ଯ୍ୟକରଣ ଲାଗି ୧ଶହ କୋଟି ଟଙ୍କାର ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଥିଲେ। ଏହାକୁ କାର୍ଯ୍ୟକାରୀ କରିବାକୁ ୫-ଟି ସଚିବ ଭି. କେ. ପାଣ୍ଡିଆନ, ତତ୍କାଳୀନ ମୁଖ୍ୟ ଶାସନ ସଚିବଙ୍କ ସହ ବିଭିନ୍ନ ବରିଷ୍ଠ ଅଧିକାରୀ ବେଳାଭୂମିକୁ ଆସି ସ୍ଥିତି ଅନୁଧ୍ୟାନ କଲା ପରେ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ୨୦୨୧ରେ ବାତ୍ୟା ୟାସ୍‌ ଉଦୟପୁର-ତାଳସାରୀ ୨.୭ କି.ମି. ବ୍ୟାପ୍ତ ୫୬କୋଟି ଟଙ୍କା ବ୍ୟୟରେ ନିର୍ମିତ ମେରାଇନ ଡ୍ରାଇଭ ପଥରବନ୍ଧ କ୍ଷତିଗ୍ରସ୍ତ ହେବାରୁ ଏହା କାର୍ଯ୍ୟକାରୀ ହେବାରେ ମନ୍ଥରତା ଦେଖାଯାଇଥିଲା। ଗତବର୍ଷ ଡିସେମ୍ବର ୨୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦୟପୁର-ତାଳସାରୀ ବେଳାଭୂମିର ସୌନ୍ଦର୍ଯ୍ୟକରଣ ନିମନ୍ତେ ୨୯କୋଟି ଟଙ୍କା ଅନୁଦାନ ଘୋଷଣା କରିବା ପରେ ତତ୍କାଳୀନ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ତେବେ ନିକଟରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ, ପର୍ଯ୍ୟଟନ, ସେଚ ବିଭାଗ ଉଚ୍ଚ ପଦାଧିକାରୀଙ୍କ ସହ ଜିଲାପାଳ ଏବଂ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବିଧାୟକ ଅନନ୍ତ ଦାସ ବେଳାଭୂମିର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥିତି ଅନୁଧ୍ୟାନ କରିବା ପରେ ଏନବିସିସି ନାମକ ଏକ ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯାଇଛି। ଉକ୍ତ ସଂସ୍ଥା ପକ୍ଷରୁ ସେପ୍ଟେମ୍ବର ପହିଲାରୁ ବେଳାଭୂମି ସୌନ୍ଦର୍ଯ୍ୟକରଣ ପାଇଁ ତଥା ପର୍ଯ୍ୟଟକଙ୍କ ବସିବା ନିମନ୍ତେ ମେରାଇନ ଡ୍ରାଇଭରେ କଂକ୍ରିଟ ବେଞ୍ଚ ନିର୍ମାଣ ଓ ୧୬ଟି ବଭିିନ୍ନ ରଙ୍ଗର ଷ୍ଟଲ କାର୍ଯ୍ୟ ଆଗେଇ ଚାଲିଛି। ଏହି ବେଳାଭୂମିକୁ ନୂଆ ରୂପରେ ସଜାଇ ଦିଆଯିବ ବୋଲି ଏନବିସିସିର ଜୋନାଲ ମ୍ୟାନେଜର ବିଭୂଦତ୍ତ ମିଶ୍ର ସୂଚନା ଦେଇଛନ୍ତି। ଉଦୟପୁର-ତାଳସାରୀ ନୂଆ ରୂପରେ ଗଢ଼ିଉଠିଲେ ଦୀଘା ଫିକା ପଡ଼ିବ ବୋଲି ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ କହିଛନ୍ତି। ରାଜ୍ୟ ସରକାରଙ୍କ ଆନ୍ତରିକତା ତଥା ଇଚ୍ଛାଶକ୍ତି ଅଭାବ ଯୋଗୁ ଭୋଗରାଇ ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀର ବିକାଶ ଆଗେଇପାରୁନି ବୋଲି କଂଗ୍ରେସ ନେତା ସତ୍ୟଶିବ ଦାସ କହିଛନ୍ତି। ଏହି ବେଳାଭୂମିର ବିକାଶ ହେଲେ ସ୍ଥାନୀୟ ଜନସାଧାରଣଙ୍କ ଆର୍ଥିକ ଓ ସାମାଜିକ ସ୍ଥିତିରେ ଉନ୍ନତି ଆସିବ ବୋଲି କୁହାଯାଇଛି।
ରିପୋର୍ଟ: ପ୍ରଦୀପ ଦାସ


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri