ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୮୬୪ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଗତ ଦୁଇ ତିନି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୯୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୮୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧,୦୮୨ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୮୨ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୯୬ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୬୯, ବାଲେଶ୍ୱର ୧୧୪, ବରଗଡ଼ ୨୪, ଭଦ୍ରକ ୬୫, ବଲାଙ୍ଗୀର ୫, ବୌଦ୍ଧ ୩, କଟକ ୨୨୧, ଦେବଗଡ଼ ୬, ଢ଼େଙ୍କାନାଳ ୮୪, ଗଜପତି ୩, ଗଞ୍ଜାମ ୧୨, ଜଗତସିଂହପୁର ୮୯, ଯାଜପୁର ୧୦୭, ଝାରସୁଗୁଡ଼ା ୮, କଳାହାଣ୍ଡି ୭, କନ୍ଧମାଳ ୧୬, କେନ୍ଦ୍ରାପଡ଼ା ୫୯, କେନ୍ଦୁଝର ୪୪, କୋରାପୁଟ ୭, ମାଲକାନଗିରି ୧୨, ମୟୁରଭଞ୍ଜ ୫୭, ନବରଙ୍ଗପୁର ୨, ନୟାଗଡ଼ ୬୬, ନୂଆପଡ଼ା ୯, ପୁରୀ ୫୯, ରାୟଗଡ଼ା ୨୪, ସମ୍ବଲପୁର ୩୪, ସୁବର୍ଣ୍ଣପୁର ୬, ସୁନ୍ଦରଗଡ଼ ୫୬ ଓ ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୬୫,୭୧୫ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୪୧,୨୦୪ଜଣ ସୁସ୍ଥ ହୋଇଥିବା ବେଳେ ୧୯,୦୧୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri