Coronavirus virus outbreak and coronaviruses influenza background as dangerous flu strain cases as a pandemic medical health risk concept with disease cells as a 3D render
ନୂଆଦିଲ୍ଲୀ,୨୩।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୫,୩୪୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୮୩ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୧୨,୯୩,୦୬୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪ ଲକ୍ଷ ୧୯ ହଜାର ୪୭୦ ହଜାର ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪ ଲକ୍ଷ ୫ହଜାର ୫୧୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୧୯,୪୭୦କୁ ବୃଦ୍ଧି ପାଇଛି।