Posted inଜାତୀୟ

୧୭ରୁ ସବୁ ଜିଲାରେ ଡେଡିକେଟେଡ ଡେଙ୍ଗୁ ହସ୍ପିଟାଲ, ଛାତ୍ରଙ୍କୁ ଫୁଲ ପ୍ୟାଣ୍ଟ-ସାର୍ଟ ପିନ୍ଧିବାକୁ ନିର୍ଦ୍ଦେଶ

ଲକ୍ଷ୍ନୌ,୧୫ ।୧୧: ଉତ୍ତର ପ୍ରଦେଶରେ ବେଳକୁ ବେଳ ବଢି ଚାଲିଛି ଡେଙ୍ଗୁର ପ୍ରକୋପ । ସେଥିପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନଭେମ୍ବର ୧୭ରୁ ସମସ୍ତ ଜିଲାରେ ଡେଡିକେଟେଡ ଡେଙ୍ଗୁ ହସ୍ପିଟାଲ କାର୍ଯ୍ୟ କରିବାକୁ ଯାଉଛି । ଏଥିରେ ଫିଜିସିଆନ ଓ ଶିଶୁ ରୋକ ଚିକିତ୍ସକ ରହିବା ଅନିର୍ବାର୍ଯ୍ୟ କରିଦିଆଯାଇଛି । ଯେଉଁଠାରେ ଏମିତି ଡାକ୍ତର ନାହାନ୍ତି ସେଠାରେ ନିକଟରେ ଥିବା ଡାକ୍ତରଙ୍କ ସହ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତି ହସ୍ପିଟାଲଷର ଜଣେ ନୋଡାଲ ଅଧିକାରୀ ରହିବେ । ବେଡର ଉପଲବ୍ଧତା, ଭର୍ତ୍ତି ଓ ରେଫର େହେଉଥିବା ରୋଗୀ ଓ ମୃତକଙ୍କ ରିପୋର୍ଟ ପ୍ରତିଦିନ ପ୍ରସ୍ତୁତ କରିବାକୁ ପଡିବ ।
ସ୍ୱାସ୍ଥ୍ୟ ବିଭାଗର ମୁଖ୍ୟ ସଚିବ ପାର୍ଥ ସାରଥି ଶର୍ମା ସୋମବାର ଏ ସମ୍ପର୍କରେ ବିସ୍ତୃତ ଗାଇଡ ଲାଇନ ଜାରି କରିଛନ୍ତି । ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢି ଚାଲିଥିବାରୁ ଡେଡିକେଟେଡ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ କାର୍ଯ୍ୟ କରୁଥିବା କୋଭିଡ ହସ୍ପିଟାଲକୁ ଏବେ ଡେଙ୍ଗୁ ଡେଡିକେଟେଡ ହସ୍ପିଟାଲରେ ପରିବର୍ତ୍ତନ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri