‘ରାଜ୍ୟକୁ ଉତ୍ସର୍ଗୀକୃତ ହେଲିକପ୍ଟର ଦିଆଯାଉ’

ଭୁବନେଶ୍ୱର,୭ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ମାଓବାଦୀ ସମସ୍ୟାର ମୁକାବିଲା ନିମନ୍ତେ ଭାରତ ସରକାରଙ୍କ ସହାୟତା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ କିଛି ସମସ୍ୟା ଉପରେ ଭାରତ ସରକାରଙ୍କ ଧ୍ୟାନ ଆକର୍ଷଣ କରି କହିଛନ୍ତି, ବିଭିନ୍ନ ଯୋଜନାରେ ମୋବାଇଲ ଟାୱାର ସ୍ଥାପନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ସହ ଶୀଘ୍ର କାର୍ଯ୍ୟ ଶେଷ ହେବା ଦରକାର। ସେନାର ଯାତାୟାତ, ଆଗ ପୋଷ୍ଟର ରକ୍ଷଣାବେକ୍ଷଣ ଏବଂ ମାଓବାଦୀଙ୍କ ସହ ସଂଘର୍ଷ ଭଳି ଜରୁରୀ ପରିସ୍ଥିତିର ମୁକାବିଲା ନିମନ୍ତେ ସୁରକ୍ଷା ବାହିନୀ ପାଇଁ ନିରବଚ୍ଛିନ୍ନ ହେଲିକପ୍ଟର ସେବା ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା। ତେଣୁ ରାଜ୍ୟକୁ ଏଥିଲାଗି ଏକ ଉତ୍ସର୍ଗୀକୃତ ହେଲିକପ୍ଟର ପ୍ରଦାନ କରିବାକୁ ନୂଆଦିଲ୍ଲୀଠାରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମାଓବାଦୀ ଦମନ ସମ୍ପର୍କିତ ଜାତୀୟ ବୈଠକରେ ଆରୁଖ ଦାବି କରିଛନ୍ତି।
ମନ୍ତ୍ରୀ ଆରୁଖ ଆହୁରି କହିଛନ୍ତି, ମାଓବାଦୀ ପ୍ରଭାବିତ ଅଞ୍ଚଳରେ ସକ୍ରିୟ ଓ ସୁଦୃଢ଼ ସୁରକ୍ଷା ବ୍ୟବସ୍ଥା ଏବଂ ଆଦିବାସୀ ଅଞ୍ଚଳର ସାମଗ୍ରିକ ବିକାଶ ଆମ ରାଜ୍ୟର ଆଭିମୁଖ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ସର୍ବଦା ଗୁରୁତ୍ୱାରୋପ କରି ଆସିଛନ୍ତି। ମାଓବାଦୀ ସମସ୍ୟାର ମୂଳୋତ୍ପାଟନ ପାଇଁ ରାଜ୍ୟ ସରକାର କେନ୍ଦ୍ରୀୟ ସଂସ୍ଥା ଓ ପଡ଼ୋଶୀ ରାଜ୍ୟଗୁଡିକ ସହ ସମନ୍ବୟ ରକ୍ଷାକରି ନିଷ୍ଠାପର ଭାବେ ପ୍ରୟାସ ଜାରି ରଖିବେ। ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ବଳିଷ୍ଠ ନେତୃତ୍ୱରେ ଓଡ଼ିଶା ବାମପନ୍ଥୀ ଉଗ୍ରବାଦର ମୁକାବିଲା କରିବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ରାଜ୍ୟ ସରକାରଙ୍କ ଜନକୈନ୍ଦ୍ରିକ ନୀତି ଏବଂ ବିକାଶମୂଳକ ପଦକ୍ଷେପ ଯୋଗୁ ଅଧିକାଂଶ ପ୍ରଭାବିତ ଅଞ୍ଚଳର ସ୍ଥିତିରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିପାରିଛି। ମାଓବାଦୀଙ୍କ ପ୍ରଭାବ କ୍ଷେତ୍ର ୨୧ଟି ଜିଲାରୁ ୧୦ଟି ଜିଲାକୁ ହ୍ରାସ ପାଇଛି, ହିଂସାର ତୀବ୍ରତା କମିପାରିଛି। ଦଶନ୍ଧି ଦଶନ୍ଧି ଧରି ମାଓବାଦୀଙ୍କ ଗଡ଼ ଥିବା ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳକୁ ସୁରକ୍ଷା ବଳ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଓ ଆଧିପତ୍ୟକୁ ଆଣିପାରିଛି। ବିକାଶର ପ୍ରତ୍ୟେକ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଗତି ଦ୍ୱାରା ଏହି ଅଞ୍ଚଳ ସାମାଜିକ-ଅର୍ଥନୈତିକ-ରାଜନୈତିକ ମୁଖ୍ୟସ୍ରୋତରେ ସାମିଲ ହୋଇପାରିଛି। ଗୁରୁପ୍ରିୟା ସେତୁ ନିର୍ମାଣ ଏହି ଅଞ୍ଚଳରେ ରହୁଥିବା ଲୋକଙ୍କ ଜୀବନ ଓ ଜୀବିକାରେ ଆଖିଦୃଶିଆ ପରିବର୍ତ୍ତନ ଆଣିପାରିଛି ବୋଲି ସେ କହିଛନ୍ତି। ପାଠପଢ଼ାର ସୁବିଧା ପାଇଁ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ୭ ହଜାରରୁ ଅଧିକ ସ୍ମାର୍ଟଫୋନ ବଣ୍ଟନ କରାଯାଇଛି। ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଆମ୍ବୁଲାନ୍ସ ଓ ପାରାମେଡିକାଲ ସଂଖ୍ୟାକୁ ସମ୍ପ୍ରସାରିତ କରାଯିବା ସହ ବୋଟ୍‌ ଆମ୍ବୁଲାନ୍ସ ଏବଂ ଜଳ ଆମ୍ବୁଲାନ୍ସ ବ୍ୟବସ୍ଥା ଆରମ୍ଭ କରାଯାଇଛି ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଏହି ବୈଠକରେ ଅର୍ଥମନ୍ତ୍ରୀ ଆରୁଖ ଯୋଗଦେଇଥିବା ବେଳେ ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଯୋଗଦେଇଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା ଓଡ଼ିଶାର ମାଓବାଦୀ ଦମନ କାର୍ଯ୍ୟକଳାପ ଉପରେ ସନ୍ତୋଷ ବ୍ୟକ୍ତ କରିବା ସହ ଆସନ୍ତା ବର୍ଷ ସମଗ୍ର ଦେଶରୁ ବାମପନ୍ଥୀ ଉଗ୍ରବାଦର ମୂଳୋତ୍ପାଟନ କରାଯିବ ଏବଂ ରାଜ୍ୟ ସରକାରଙ୍କୁ ଏଥିନିମନ୍ତେ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri