Posted inଫୁରସତ

ରୋଗୀ ସେବାରେ ବ୍ରତୀ

ଅନ୍ୟଙ୍କୁ ନିଷ୍ଠାପର ଭାବେ ସ୍ବାସ୍ଥ୍ୟସେବା ଯୋଗାଇବା ହିଁ ପ୍ରକୃତ ପୂଣ୍ୟ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ କାର୍ଯ୍ୟ ଅତୁଳନୀୟ। ସେମାନଙ୍କ ମହାନ୍‌ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ଏବଂ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମେ’ ୧୨ରେ ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ ହୋଇଥାଏ। ଆଧୁନିକ ନର୍ସିଂର ପ୍ରତିଷ୍ଠାତା ଫ୍ଲୋରେନ୍ସ ନାଇଟେଙ୍ଗଲଙ୍କ ଜନ୍ମବାର୍ଷିକୀରେ ଏହି ଦିବସ ପାଳିତ ହୋଇଥାଏ। ଏକ ସମୃଦ୍ଧ ସମାଜ ଗଠନରେ ନର୍ସମାନଙ୍କ ସ୍ବାସ୍ଥ୍ୟସେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

କରୋନା ମହାମାରୀ ସମୟରେ ସେମାନଙ୍କର ଅସାଧାରଣ ଅବଦାନ ନର୍ସିଂ ପ୍ରତି ସେମାନଙ୍କର ଉତ୍ସର୍ଗୀକୃତ ମନୋଭାବ ନେଇ ଲୋକଙ୍କ ମଧ୍ୟରେ ସ୍ବତନ୍ତ୍ର ପ୍ରେରଣା ସୃଷ୍ଟି କରିପାରିଛି।
ଅନ୍ତର୍ଜାତୀୟ ନର୍ସ ଦିବସ ୧୯୬୫ରେ ଅନ୍ତର୍ଜାତୀୟ ନର୍ସ ପରିଷଦ (ଆଇସିଏନ୍‌) ଦ୍ୱାରା ଆରମ୍ଭ ହୋଇଥିଲା। ଏହି ଦିନଟି ପ୍ରସିଦ୍ଧ ଫ୍ଲୋରେନ୍ସ ନାଇଟେଙ୍ଗଲଙ୍କ ଜନ୍ମ ବାର୍ଷିକୀ।

ସେ ଜଣେ ଇଂଲିଶ ନର୍ସ, ସାମାଜିକ ସଂସ୍କାରକ ଏବଂ ପରିସଂଖ୍ୟାନବିତ୍‌ ଥିଲେ। କ୍ରିମିୟନ ଯୁଦ୍ଧ ସମୟରେ ସେ ନର୍ସିଂ ପରିଚାଳନା ତଥା ପ୍ରଶିକ୍ଷକ ଭାବରେ କାର୍ଯ୍ୟକରି ଆଧୁନିକ ନର୍ସିଂ କ୍ଷେତ୍ରରେ ସୁନାମ ଅର୍ଜନ କରିଥିଲେ। ସେ ୧୮୨୦ ମେ’୧୨ରେ ଇଟାଲୀର ଫ୍ଲୋରେନ୍ସରେ ଜନ୍ମ ଗ୍ରହଣ କରିଥିଲେ। ୧୯୧୦ ଅଗଷ୍ଟ ୧୩ରେ ବିଟ୍ରେନ୍‌ର ଲଣ୍ଡନର ମେଫେୟାରଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ୧୯୧୦ ଅଗଷ୍ଟ ୨୦ରେ ସେଣ୍ଟ ମାର୍ଗାରେଟ୍‌ ଚର୍ଚ୍ଚ ପରିସରରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଥିଲା। ତାଙ୍କର ପିତା ୱିଲିୟମ ନାଇଟେଙ୍ଗଲ ଏବଂ ମାତା ଫ୍ରାନ୍ସିସ ନାଇଟେଙ୍ଗଲ ଥିଲେ।

ସେ ଦି ଲେଡି ଓ୍ବିଥ୍‌ ଲ୍ୟାମ୍ପ ଭାବେ ବେଶ୍‌ ପରିଚିତ। ନର୍ସିଂ କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ମରଣକରିବା ଲାଗି ଏହି ଦିବସ ପାଳନ ଅବସରରେ ପୃଥିବୀ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?