ଭାଜପାରେ ମିଶିଲେ ଦିଲୀପ, ଉତ୍ତମ

ଭୁବନେଶ୍ୱର,୬।୧୧(ବ୍ୟୁରୋ):ନିମାପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଦିଲୀପ ନାୟକ ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ଉତ୍ତମ ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ମିଶ୍ରଣ ପର୍ବରେ ଦିଲୀପଙ୍କ ସମେତ ବାଦଲ ବେହେରା, ନବଘନ ବଳବନ୍ତରାୟ, କାହ୍ନୁଚରଣ ଦାଶ ପ୍ରମୁଖ ବହୁ ସମର୍ଥକ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି।
ସେହିପରି ଉତ୍ତମଙ୍କ ସହ ଦିଗପହଣ୍ଡି ଅଞ୍ଚଳର ପ୍ରତାପ ବିଶୋୟୀ, ଶୁଭେନ୍ଦୁ ପାଢ଼ୀ, ଖଲି ମହାପାତ୍ର, ମନୋଜ ପଣ୍ଡା, ରଘୁନାଥ ସାମନ୍ତରାୟ, ବଳରାମ ପ୍ରଧାନ, ଅନିଲ ମିଶ୍ର, ଶୁଭ୍ରାଂଶୁ ପ୍ରଧାନ, ଅରୁଣ ଗୌଡ଼, ଅରବିନ୍ଦ ବିଶୋୟୀ, ନରସିଂହ ପଣ୍ଡାଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଭାଜପାରେ ସାମିଲ ହୋଇଛନ୍ତି। ଆଇନ ବାଟରେ ଛିଡ଼ାହୋଇ ରାଜ୍ୟବାସୀଙ୍କୁ ନ୍ୟାୟ ଦେବାରେ ବାଧା ସୃଷ୍ଟି କରାଯାଉଛି। କଳବଳ ବ୍ୟବହାରକରି ଶାସକ ବିଜେଡି ଯେଉଁଭଳି ଭାବେ ସ୍ବେଚ୍ଛାଚାରୀ ଶାସନ ଜାରି ରଖିଛି, ତାକୁ ରାଜ୍ୟବାସୀ କେବେହେଲେ ବରଦାସ୍ତ କରିବେ ନାହିଁ। ଆଗାମୀ ଦିନରେ ନିଶ୍ଚିତ ଭାବେ ଦୃଢ ଜବାବ ଦେବେ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ଏହି ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri