ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ମଙ୍ଗଳବାର ବେଳକୁ ଅବପାତ ଏବଂ ତା’ର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବାତ୍ୟା ନୁହେଁ, ଗଭୀର ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି। ୨୨ତାରିଖ ସନ୍ଧ୍ୟା ବେଳକୁ ଗଭୀର ଅବପାତର ରୂପ ନେବା ସହିତ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୫ରୁ ୬୫ କି.ମି. କିମ୍ବା ୭୫ କି.ମି. ପର୍ଯ୍ୟନ୍ତ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି।
୨୩  ତାରିଖ ସକାଳେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ପାଖରେ ପହଞ୍ଚତ୍ବ। ତେଣୁ ୨୩ ଓ ୨୪ ମଧ୍ୟରେ ଉପକୂଳ ନିକଟରେ ବିଶେଷ ପ୍ରଭାବ ପକାଇବା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି ଜୋର୍‌ରେ ପବନ ବହିବା କାରଣରୁ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ଏବଂ ଯେଉଁମାନେ ସମୁଦ୍ରରେ ଅଛନ୍ତି, ସେମାନେ ଯଥାଶୀଘ୍ର ସମୁଦ୍ରରୁ ଚାଲିଆସିବା ଆବଶ୍ୟକ ବୋଲି ସତର୍କ କରାଯାଇଛି। ସେହିପରି ବିଭିନ୍ନ ବନ୍ଦରରେ ୩ନଂ. ବିପଦ ସଙ୍କେତ ଜାରି କରାଯାଇଛି। ଉପକୂଳ ଅଞ୍ଚଳରେ ବାସ କରୁଥିବା ଲୋକେ ସୁରକ୍ଷିତ ସ୍ଥାନରେ ରହିବା ଆବଶ୍ୟକ। ବିଶେଷକରି କଚ୍ଚା ଘର, ମାଟି ଘର, ଟିଣ ଛପର ଘର, ନିର୍ମାଣାଧୀନ ଗୃହ ଆଦି ଏଥିରେ ପ୍ରଭାବିତ ହୋଇପାରେ। ସୋମବାରଠାରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ତେଣୁ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହିତ ଖାଲୁଆ ଅଞ୍ଚଳରେ ପାଣି ଜମିବା, ସହରାଞ୍ଚଳରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇପାରେ। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବୁଧବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ବିଶେଷକରି କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କି.ମି. ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଅନ୍ୟପକ୍ଷରେ ସୋମବାର ମୌସୁମୀ ପୁଣି ଅପସାରିତ ହୋଇଛି। ରାଜସ୍ଥାନର ଆହୁରି କିଛି ଅଞ୍ଚଳ ତଥା ହରିୟାଣା ଏବଂ ପଞ୍ଜାବର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସରି ଯାଇଛି। ଆଗାମୀ ୨-୩ ଦିନ ମଧ୍ୟରେ ପଞ୍ଜାବ, ହରିୟାଣା-ଚଣ୍ଡିଗଡ଼-ଦିଲ୍ଲୀର ଅବଶିଷ୍ଟ ଅଂଶ, ରାଜସ୍ଥାନର ଆଉ କିଛି ଅଂଶ ତଥା ସୌରାଷ୍ଟ୍ର ଓ କଚ୍ଛ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ପଶ୍ଚିମ ଉତ୍ତର ପ୍ରଦେଶର କିଛି ଅଂଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପାଇଁ ପରିସ୍ଥିତି ଅନୁକୂଳ ରହିଥିବା ସୂଚନା ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ! ସ୍ୱଚ୍ଛ ଉପକୂଳ ସହର ବର୍ଗରେ…

ଭୁବନେଶ୍ୱର,୧୧ା୧୧: ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ପାଇଁ ଜାତୀୟ ସ୍ତରରେ ସ୍ୱୀକୃତି ହାସଲ କରିଛି ଓଡ଼ିଶା ।…

ଦାରିଙ୍ଗବାଡ଼ିରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ଏକର ଜମିରୁ ଗଞ୍ଜେଇ ଗଛ କାଟି ନିଆଁ ଲଗାଇ ନଷ୍ଟ କଲା

ଦାରିଙ୍ଗବାଡ଼ି,୧୧।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଚାଲିଥିବା ବେଆଇନ ଗଞ୍ଜେଇ ଚାଷ ଉପରେ ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାରିଙ୍ଗବାଡ଼ି ଥାନା…

ବାଲି ମାଫିଆଙ୍କ ନିଦ ହଜାଇଲା ‘ଅପରେସନ୍ ବୈତରଣୀ’: ହାଟଡିହୀରେ ରାତିଅଧିଆ ଚଢ଼ାଉ, ୧୦ ବାଲି ବୋଝେଇ ହାଇୱା…

ହାଟଡିହୀ,୧୧।୧୧(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀଙ୍କ ଗୃହ ଜିଲା କେନ୍ଦୁଝରରେ ବେଆଇନ ବାଲି ମାଫିଆଙ୍କ ବିରୋଧରେ ଶକ୍ତ ଆକ୍ସନ୍‌। କେନ୍ଦୁଝର ଏସପି ନୀତିନ କୁଶଲକର ଦାଗୁଡ଼ୁଙ୍କ ନିର୍ଦ୍ଦେଶରେ ଆରମ୍ଭ ହୋଇଥିବା…

କଟକ ବାଲିଯାତ୍ରା: ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

କଟକ,୧୧ା୧୧: ଓଡ଼ିଶାର ଐତିହାସିକ ତଥା ଗୌରବମୟ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ‘କଟକ ବାଲିଯାତ୍ରା’କୁ ନେଇ ଆସିଛି ଏକ ବଡ଼ ଖବର। ଚଳିତ ବର୍ଷର ବାଲିଯାତ୍ରା ଉଦ୍‌ଘାଟନୀ ସମାରୋହରେ…

ଅଞ୍ଚଳର ଭିତ୍ତିଭୂମିର ବିକାଶ ସହ ମତ୍ସ୍ୟଜୀବୀଙ୍କ ଜୀବନଜୀବିକା ନେଇ ମନ୍ତ୍ରୀ-ବିଧାୟକଙ୍କ ସମୀକ୍ଷା

ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ବିକାଶ ଓ ମତ୍ସ୍ୟଜୀବୀଙ୍କ ଜୀବନଜୀବିକାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ନୋଳିଆ ନୂଆଗାଁଠାରେ ଉପକୂଳବର୍ତ୍ତୀ ରାସ୍ତା ଓ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୧୫ ବେଳକୁ ଅବପାତ, ଏହି ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାକୁ ଯାଉଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଉପରି ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି…

ଜାତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କଲା ଆସିକା ପୌରପରିଷଦ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରି…

ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ସ୍ବଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜାତୀୟ ସ୍ତରରେ ଗଞ୍ଜାମ ଜିଲାର ଗୌରବ ବୃଦ୍ଧି କରିଛି ଆସିକା ପୌରପରିଷଦ। ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର…

ଚାଲିଥିଲା ଡକାୟତି ଯୋଜନା: ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଧରି…

ଅତାବିରା,୧୧ା୧୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାର ଏକ ଢାବା ନିକଟରେ ମଙ୍ଗଳବାର ଡକାୟତି ଯୋଜନା କରୁଥିବାବେଳେ ୩ ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?