Posted inରାଜ୍ୟ

ରଥଯାତ୍ରାରେ ଲଘୁଚାପ ବର୍ଷା

ଭୁବନେଶ୍ୱର,୩ା୭: ଚଳିତ ମାସ ୧୨ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା। ସେହିଦିନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୧ ତାରିଖରେ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri