ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍‌ ଡିପ୍ରେଶନ: ଭୀଷଣ ବର୍ଷା ନେଇ ୧୦ ଜିଲାକୁ ରେଡ ୱାର୍ନିଂ 

ଭୁବନେଶ୍ୱର,୯।୯: ଗଭୀର ଅବପାତ ଓଡ଼ିଶା ଉପକୂଳ ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍‌ ଡିପ୍ରେଶନ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗଭୀର ଅବପାତ ପ୍ରଭାବରେ ରବିବାର ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲାକୁ ରେଡ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ରେଡ ୱାର୍ନିଂ ଜିଲାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ।
ସେହିପରି ୧୨ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଦିଆଯାଇଛି । ବାକି ୮ ଜିଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ସତର୍କତା ଜାରି କରିଛି ।  ସନ୍ଧ୍ୟା ଯାଏ ଶକ୍ତିଶାଳୀ ହୋଇ ଆଗକୁ ବଢ଼ିବ ଡିପ ଡିପ୍ରେସନ । ତେବେ ମଧ୍ୟରାତ୍ରିରେ ଦୁର୍ବଳ ପଡ଼ିପାରେ ବୋଲି କୁହାଯାଉଛି॥ ତେବେ ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଛତିଶଗଡ଼ ଆଡକୁ ଗତି କରିବ। ସମୁଦ୍ର ଅଶାନ୍ତ ରହିଛି। ଏଥିପାଇଁ ୧୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି ।
ଗଭୀର ଅବପାତ ଫଳରେ ପୁରୀ ସମୁଦ୍ର ଜୁଆରିଆ ହୋଇଛି । ପବନର ଗତି ଧୀରେ ଧୀରେ ବଢୁଛି । ସମୁଦ୍ର ପ୍ରତିଦିନ ଯେଉଁଭଳି ଏ ଜୁଆର ରହିଥାଏ ତା ଠାରୁ ଅଧିକ ଜୁଆର କୂଳକୁ ମାଡି ଆସୁଛି । ତଥାପି ସମୁଦ୍ରରେ ପର୍ଯ୍ୟଟକମାନେ ବୁଲାବୁଲି କରୁଥିବା ଓ ଗାଧଉଥିବା ଦେଖିବାକୁ ମିଳିଛି । ତେବେ ସମୁଦ୍ର ଅଶାନ୍ତ ଥିବାରୁ ପର୍ଯ୍ୟଟକମାନଙ୍କୁ ଲାଇଫଗାର୍ଡମାନେ ସତର୍କ କରାଉଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri