ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍‌’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର ୫.୩୦ରେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟା ୟାସ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ଏହାପରେ ଅତି ଭୀଷଣ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ଏହା ପୂର୍ବଭଳି ପୋର୍ଟ ବ୍ଲେୟାର ଠାରୁ ୬୦୦ କିମି, ପାରାଦୀପ ଠାରୁ ୫୪୦ କିମି, ବାଲେଶ୍ୱରଠାରୁ ୬୫୦ କିମି ଓ ପଶ୍ଚିମବଙ୍ଗର ଦିଘାଠାରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟା ‘ୟାସ୍‌’ ଧୀରେଧୀରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ ଆସନ୍ତା ୨୪ ଘଣ୍ଟା ପରେ ଭୀଷଣ ବାତ୍ୟାର ରୂପ ନେବ। ଏହାର ୨୪ ଘଣ୍ଟା ପରେ ୟାସ ଅତି ଭୀଷଣ ବାତ୍ୟାର ରୂପ ନେଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨୬ ତାରିଖ ମଧ୍ୟାହ୍ନରେ ୟାସ  ପାରାଦୀପ  ଓ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି। ପୂର୍ବରୁ ଏହା ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି କୁହାଯାଇଥିଲା। ଲ୍ୟାଣ୍ଡଫଲ ବେଳେ ପବନର ଘଣ୍ଟାପ୍ରତି ବେଗ ୧୫୫ରୁ ୧୬୫ କିମି ଓ ବେଳେବେଳେ ୧୮୦ କିମି ମଧ୍ୟ ଛୁଇଁପାରେ। ବାତ୍ୟା ପ୍ରଭାବରେ ୨୫ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପ ଓ ମୟୂରଭଞ୍ଜ ଅତି ପ୍ରବଳ ବର୍ଷା ହେବ। ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୨୭ ତାରିଖରେ ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri