ଗଭୀର ଅବପାତ ନେଲା ବାତ୍ୟାର ରୂପ: ରାଡାର ଇମେଜରେ ଦୁଶ୍ୟମାନ ହେଲା ବାତ୍ୟାର ଚିତ୍ର

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।  ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ତେବେ ବାତ୍ୟା ନେଇ ଆଇଏମ୍‌ଡି ପକ୍ଷରୁ ବୁଲେଟିନ୍‌ ଜାରି ହୋଇନି। ଗୁରୁବାର ଏହା ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।

ଗୁରୁବାର  ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ବୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲାରେ ଗୁରୁବାର  ଏବଂ ଶୁକ୍ରବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ।

ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ପବନରେ ବେଗ ରହିପାରେ ୬୦-୮୦ କିଲୋମିଟର।

ସେହିପରି କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି ।ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri