ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି। ଗଞ୍ଜାମ ଜିଲା(ପୂର୍ବ) କଂଗ୍ରେସ କମିଟି ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ସୁପାରିଶ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନବ ନିଯୁକ୍ତ ନଗର କଂଗ୍ରେସ ସଭାପତି ଦୀପକ ଜିଲା କଂଗ୍ରେସ କମିଟି ସଭାପତି ରଶ୍ମୀ ରଞ୍ଜନ ପଟ୍ଟନାୟକ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦୀପକ ପୂର୍ବରୁ ନଗର କଂଗ୍ରେସ କମିଟି ସଭାପତି ଭାବେ କାର୍ଯ୍ୟ ତୁଲାଇଥିଲେ । ଏହି ଖବର ସାମ୍ନାକୁ ଆସିବା ପରେ ଦୀପକଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Share