Posted inଖେଳ

ଦୀପକ ବେହେରାଙ୍କ ଅବସର

ଭୁବନେଶ୍ୱର, ୧୨।୨(କ୍ରୀଡ଼ା ପ୍ରତିନିଧି)-ଅଲରାଉଣ୍ଡର ଦୀପକ ରଞ୍ଜନ ବେହେରା ପ୍ରଥମ ଶ୍ରେଣୀ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଗତ ୧୩ ବର୍ଷ ଧରି ସେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରି ଆସିଥିଲେ। ୨୦୧୧ ନଭେମ୍ବର ୩ରୁ ୬ ପର୍ଯ୍ୟନ୍ତ କଟକରେ ଅନୁଷ୍ଠିତ ସୌରାଷ୍ଟ୍ର ବିପକ୍ଷ ମ୍ୟାଚରେ ସେ ରଣଜୀ ଟ୍ରଫିରେ ପଦାର୍ପଣ କରିଥିଲେ। କ୍ୟାରିୟରରେ ୪୫ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳିଥିବା ଦୀପକ ୬୯ଟି ଇନିଂସରେ ୧୦୭୯ ରନ ସଂଗ୍ରହ କରିବା ସହ ୧୦୨ଟି ଉଇକେଟ ନେଇଛନ୍ତି। ତାଙ୍କ ସର୍ବାଧିକ ସ୍କୋର ହେଉଛି ୬୭। ଗୋଟିଏ ଇନିଂସରେ ତାଙ୍କ ଶ୍ରେଷ୍ଠ ବୋଲିଂ ଫିଗର ହେଉଛି ୬/୩୭ ଏବଂ ମ୍ୟାଚରେ ୯/୬୪। ସେହିପରି ସେ ଲିଷ୍ଟ-ଏ ରେ ୪୭ଟି ମ୍ୟାଚ ଖେଳି ୩୧୮ ରନ, ୫୧ ଉଇକେଟ ଏବଂ ଟି୨୦ର ୩୯ଟି ମ୍ୟାଚରେ ୨୬୯ ରନ ଏବଂ ୩୮ ଉଇକେଟ ହାସଲ କରିଛନ୍ତି। ଲିଷ୍ଟ-ଏ’ରେ ତାଙ୍କ ଶ୍ରେଷ୍ଠ ବୋଲିଂ ସଫଳତା ହେଉଛି ୬/୨୨ ଏବଂ ଟି୨୦ରେ ୩/୨୩। ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପଙ୍କଜ ଲୋଚନ ମହାନ୍ତି ଏବଂ ସମ୍ପାଦକ ସଞ୍ଜୟ ବେହେରା ତାଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri