Posted inଖେଳ

ଚହରଙ୍କ ପତ୍ନୀଙ୍କଠାରୁ ୧୦ ଲକ୍ଷ ଟଙ୍କାର ଠକେଇ, ମିଳୁଛି ହତ୍ୟା ଧମକ

ନୂଆଦିଲ୍ଲୀ,୩।୨: ଭାରତୀୟ ଟିମ୍‌ର ତାରକା ଦ୍ରୁତ ବୋଲର ଦୀପକ ଚହରଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦୀପକଙ୍କ ପତ୍ନୀ ଜୟା ଭରଦ୍ୱାଜଙ୍କ ସହ ୧୦ ଲକ୍ଷ ଟଙ୍କାର ଠକେଇ କରାଯାଇଛି। ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ପୂର୍ବତନ ମ୍ୟାନେଜର କମଲେଶ ପାରିକଙ୍କ ବିରୋଧରେ ଏହି ଠକେଇ ଅଭିଯୋଗ ହୋଇଛି। ଏହି ମାମଲାରେ ଦୀପକଙ୍କ ପିତା ଲୋକେନ୍ଦ୍ର ଚହର ପୋଲିସ ଷ୍ଟେଶନରେ ମାମଲା ଦାୟର କରିଛନ୍ତି। ଟଙ୍କା ମାଗିବାରୁ ଜୟାଙ୍କୁ ଦୁର୍ବ୍ୟବହାର କରାଯିବା ସହ ହତ୍ୟା ଧମକ ଦିଆଯାଉଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି।

ଚହରଙ୍କ ପରିବାର ଉତ୍ତରପ୍ରଦେଶର ଆଗ୍ରାରେ ରହୁଛନ୍ତି। ଦୀପକଙ୍କ ପିତା ଲୋକେନ୍ଦ୍ର କମଳେଶ ଏବଂ ତାଙ୍କ ପୁଅ ଧ୍ରୁବଙ୍କ ଉପର ଜୟାଙ୍କ ୧୦ ଲକ୍ଷ ଟଙ୍କା ହଡ଼ପ କରିବା ଅଭିଯୋଗ କରିଛନ୍ତି। ଦୁହେଁ ଜୟାଙ୍କ ସହ ଜୋତା ବ୍ୟବସାୟକୁ ନେଇ ଚୁକ୍ତି କରିଥିବା ସେ କହିଛନ୍ତି। ପୋଲିସ ଏହି ମାମଲାରେ ଧାରା ୪୨୦,୪୦୬,୫୦୪, ୫୦୬ ଅଧୀନରେ ମୋକଦ୍ଦମା ଦାୟର କରିନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri