ସାଙ୍ଗର ଜନ୍ମଦିନ କହି ଘରକୁ ଫେରି ନ ଥିଲେ, ୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ଜେଲ ଗଲେ ଦୀପକ

ଦିଗପହଣ୍ଡି,୧୦ା୬(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣାରେ ମଙ୍ଗଳବାର ଦୀପକ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ମାମଲା ନଂ.୨୦୧/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଯାଇଛି।

ଗତ ଶନିବାର ସନ୍ଧ୍ୟାରେ ଛାତ୍ରୀ ଜଣକ ତାଙ୍କ ସାଙ୍ଗର ଜନ୍ମଦିନ କାର୍ଯ୍ୟକ୍ରମରେ ଯୋଗଦେବାକୁ କହି ଘରୁ ଯାଇଥିଲେ। ରାତି ୮ ସୁଦ୍ଧା ସେ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ପାଇ ନ ଥିଲେ। ଅଭିଯୁକ୍ତ ଦୀପକ ପୂର୍ବରୁ ତାଙ୍କ ଝିଅ ମୋବାଇଲ ଫୋନକୁ ବାରମ୍ବାର ଫୋନ କରିଥିବାରୁ ସେ ହିଁ ତାଙ୍କ ଝିଅକୁ ଅପହରଣ କରିଥିବା ନେଇ ଛାତ୍ରୀଙ୍କ ମା’ ସନ୍ଦେହ କରି ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏହାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ମକଦ୍ଦମା ରୁଜୁ କରି ଏସ୍‌ଆଇ ବେହେରାଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ତଦନ୍ତକାରୀ ଅଧିକାରୀ ବିଭିନ୍ନ ଅଞ୍ଚଳରେ ଚଢାଉ କରି ଅପହୃତା ଛାତ୍ରୀଙ୍କୁ ସୋମବାର ସନ୍ଧ୍ୟାରେ ଉଦ୍ଧାର କରିଥିଲେ। ଏହି ସମୟରେ ଅଭିଯୁକ୍ତ ଦୀପକଙ୍କୁ ଥାନାକୁ ଉଠାଇ ଆଣିଥିଲେ। ମଙ୍ଗଳବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟ ପୀଡ଼ିତା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ପରେ ଅଭିଯୁକ୍ତ ଦୀପକଙ୍କୁ କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ...

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ...

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌...

ଚାଷୀଙ୍କୁ ବିଜେଡି ବିଭ୍ରାନ୍ତ କରୁଛି- ଭାଜପା

ବରଗଡ଼,୨୫ା୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ଉଠାଣରେ ଶିଥିଳତାକୁ ନେଇ ଗୋଟିଏ ପଟେ ଚାଷୀ ଅସନ୍ତୋଷ ତେଜି ଉଠିଥିବାବେଳେ ଏହାକୁ ନେଇ ଶାସକ ଭାଜପା ଏବଂ ବିରୋଧୀ...

ପୋଲିସ-ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦକୁ ନେଇ ଦିଗପହଣ୍ଡିରେ ଉତ୍ତେଜନା, ବାଦ୍‌ ପଡ଼ିଲା ପ୍ରଭାବଶାଳୀଙ୍କ ଘର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଭ୍ରମରପୁର ଗ୍ରାମ ବଡ଼ଦାଣ୍ଡ ଶ୍ରୀମନ୍ଦିରରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri