Posted inଖେଳ

ଦୀପକ ହୁଦା ଗୋଟିଏ ସିଜନ୍‌ ପାଇଁ ସସ୍‌ପେଣ୍ଡ

ଭଦୋଦରା, ୨୩ା୧ (ପି.ଟି.)-ବରୋଦ କ୍ରିକେଟ ଆସୋସିଏଶନ (ବିସିଏ) ଏହାର ସିନିୟର ଖେଳାଳି ଦୀପକ ହୁଦାଙ୍କୁ ସସ୍‌ପେଣ୍ଡ କରିଛି। ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ ସହ ତାଙ୍କର ବଚସା ହେବାରୁ ସୟଦ ମୁସ୍ତାକ ଅଲି ଟ୍ରଫି ଆରମ୍ଭ ହେବା ପୂର୍ବରୁ ସେ ବିନା ଅନୁମତିରେ କ୍ୟାମ୍ପ ଛାଡ଼ି ଚାଲିଯାଇଥିଲେ। ନିଜ ଟିମ୍‌ କିମ୍ବା ବିସିଏକୁ ନ ଜଣାଇ ସେ ବାୟୋ ବବଲ ଛାଡ଼ି ଚାଲିଯାଇଥିଲେ। ଏହି ବିଶୃଙ୍ଖଳା ପାଇଁ ତାଙ୍କୁ ଗୋଟିଏ ସିଜନ ପାଇଁ ସସ୍‌ପେଣ୍ଡ କରାଯାଇଥିବା ବିସିଏ ସମ୍ପାଦକ ଅଜିତ ଲେଲେ ପ୍ରକାଶ କରିଛନ୍ତି। ଗୁରୁବାର ସନ୍ଧ୍ୟାରେ ବରୋଦା କ୍ରିକେଟ ଆସୋସିଏଶନ ଆପେକ୍ସ କାଉନ୍‌ସିଲ ବୈଠକରେ ହୁଦାଙ୍କୁ ସସ୍‌ପେଣ୍ଡ କରାଯିବା ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିଲା। ସୟଦ ମୁସ୍ତାକ ଅଲି ଟ୍ରଫି ପାଇଁ ହୁଦାଙ୍କୁ ବରୋଦା ଦଳର ଉପଅଧିନାୟକ ମନୋନୀତ କରାଯାଇଥିଲା। ଜାନୁୟାରୀ ୯ରେ ସେ ବାୟୋ ବବଲ ଛାଡ଼ି ଚାଲିଯାଇଥିଲେ। ୪୬ ବର୍ଷୀୟ ହୁଦା ତାଙ୍କ ଇ-ମେଲ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଅଧିନାୟକ ପାଣ୍ଡ୍ୟା ତାଙ୍କ ଟିମ୍‌ମେଟ୍‌ ଓ ଅନ୍ୟ ଟିମ୍‌ର ଖେଳାଳିମାନଙ୍କ ଉପସ୍ଥିତିରେ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏଥିପାଇଁ ସେ ହତାଶ, ଉଦାସୀନ ଓ ଚାପରେ ରହିଥିଲେ। ହୁଦାଙ୍କଠାରୁ ଚିଠି ପାଇବା ପରେ ବିସିଏ ମ୍ୟାନେଜରଙ୍କଠାରୁ ରିପୋର୍ଟ ମଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?